ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ, ପରେ ଝୁଲି ପଡ଼ିଲେ ସ୍ବାମୀ; ୨ ନାବାଳକ ସନ୍ତାନ…

ପଦ୍ମପୁର,୧୪।୬(ପ୍ରଦୀପ୍ତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲି ପଡିଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଭେଉଁରିଆ ଗାଁରେ । ମୃତକ ହେଲେ ଶ୍ୟାମସୁନ୍ଦର ଭୋଇ।

ସୂଚନାନୁଯାୟୀ, ଭେଉଁରିଆ ଗାଁର ଶ୍ୟାମସୁନ୍ଦରଙ୍କ ସ୍ତ୍ରୀ ରତ୍ନୀ ଭୋଇ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମଦ୍ୟପ ସ୍ବାମୀ ତାଙ୍କ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ପରିବାର ଲୋକେ ରତ୍ନୀଙ୍କୁ ଉଦ୍ଧାର କରି ଆହତ ଅବସ୍ଥାରେ ଡାକ୍ତରଖାନା ପଠାଇଥିଲେ । ପରେ ସ୍ବାମୀ ଶ୍ୟାମସୁନ୍ଦର ନିଜ ଘରେ ଦଉଡି ଦେଇ ଝୁଲି ଆତ୍ମହତ୍ୟା କରିଥିଲେ । ତେବେ କେଉଁ କାରଣରୁ ସ୍ତ୍ରୀଙ୍କୁ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କରିଛନ୍ତି ସେନେଇ ପଦ୍ମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏ ସଂପର୍କରେ ପଦ୍ମପୁର ଥାନା କେଶ ନମ୍ବର ୯/୨୫ ରେ ଏକ ଆପମୃତ୍ୟୁ ମାମଲା ରୁଜୁ ହେବା ସହିତ ରତ୍ନୀଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସେହିପରି ମୃତ ଶ୍ୟାମସୁନ୍ଦରଙ୍କ ମୃତଦେହ ପଦ୍ମପୁର ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ସେମାନଙ୍କ ୨ଟି ନାବାଳକ ସନ୍ତାନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri