ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲା ଅନୁସାରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କେସ୍‌ ନଂ.୪୦୮/୨୪ ଅନୁଯାୟୀ ଅଭିଯୁକ୍ତ ଦୀନବନ୍ଧୁଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଥିବା ଜଣାପଡିଛି।

ସୂଚନାରୁ ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ୧୨ଟାରେ ଦୀନବନ୍ଧୁ ଦିଗପହଣ୍ଡିରୁ ଫେରି ସ୍ତ୍ରୀ ବେଦମତୀଙ୍କୁ ଶୋଇଥିବା ଅବସ୍ଥାରେ ତାଙ୍କ ତଣ୍ଟିଚିପି ଜୀବନରେ ମାରିଦେବାକୁ ଉଦ୍ୟମ କରିଥିଲେ। ସେ ପାଟି କରିବାରୁ ଶାଶୁ ଏବଂ ସାହି ପଡ଼ୋଶୀ ଆସି ଛଡ଼ାଛଡ଼ି କରିବା ବେଳେ ତାଙ୍କ ବାମ ଆଖିକୁ ମୁଥ ମାରିବାରୁ ଆଖିକୁ ଭୀଷଣ ଆଘାତ ଲାଗିଛି। ପରେ ତାଙ୍କୁ ଧକ୍କା ମାରି ଘରୁ ତଡ଼ି ଦେବାରୁ ସେ ବାପଘରକୁ ପଳାଇଥିଲେ। ଶୁକ୍ରବାର ସକାଳେ ବେଦମତୀ ତାଙ୍କ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଆଣିବାକୁ ଶାଶୁଘରକୁ ଯାଇଥିବା ବେଳେ ସ୍ବାମୀ ପୁଣିଥରେ ତାଙ୍କୁ ଆକ୍ରମଣ କରିବା ସହ ତଣ୍ଟି ଧରି ମାଡ଼ି ବସିଥିଲେ। ସ୍ବାମୀଙ୍କ କବଳରୁ ଶାଶୁ ତାଙ୍କୁ ଉଦ୍ଧାର କରିଥିଲେ। ୨ ଝିଅଙ୍କୁ ନେଇ ସେ ବାପଘରେ ରହୁଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri