ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲା ଅନୁସାରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କେସ୍‌ ନଂ.୪୦୮/୨୪ ଅନୁଯାୟୀ ଅଭିଯୁକ୍ତ ଦୀନବନ୍ଧୁଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଥିବା ଜଣାପଡିଛି।

ସୂଚନାରୁ ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ୧୨ଟାରେ ଦୀନବନ୍ଧୁ ଦିଗପହଣ୍ଡିରୁ ଫେରି ସ୍ତ୍ରୀ ବେଦମତୀଙ୍କୁ ଶୋଇଥିବା ଅବସ୍ଥାରେ ତାଙ୍କ ତଣ୍ଟିଚିପି ଜୀବନରେ ମାରିଦେବାକୁ ଉଦ୍ୟମ କରିଥିଲେ। ସେ ପାଟି କରିବାରୁ ଶାଶୁ ଏବଂ ସାହି ପଡ଼ୋଶୀ ଆସି ଛଡ଼ାଛଡ଼ି କରିବା ବେଳେ ତାଙ୍କ ବାମ ଆଖିକୁ ମୁଥ ମାରିବାରୁ ଆଖିକୁ ଭୀଷଣ ଆଘାତ ଲାଗିଛି। ପରେ ତାଙ୍କୁ ଧକ୍କା ମାରି ଘରୁ ତଡ଼ି ଦେବାରୁ ସେ ବାପଘରକୁ ପଳାଇଥିଲେ। ଶୁକ୍ରବାର ସକାଳେ ବେଦମତୀ ତାଙ୍କ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଆଣିବାକୁ ଶାଶୁଘରକୁ ଯାଇଥିବା ବେଳେ ସ୍ବାମୀ ପୁଣିଥରେ ତାଙ୍କୁ ଆକ୍ରମଣ କରିବା ସହ ତଣ୍ଟି ଧରି ମାଡ଼ି ବସିଥିଲେ। ସ୍ବାମୀଙ୍କ କବଳରୁ ଶାଶୁ ତାଙ୍କୁ ଉଦ୍ଧାର କରିଥିଲେ। ୨ ଝିଅଙ୍କୁ ନେଇ ସେ ବାପଘରେ ରହୁଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri