ଅଧିକ ଯୌତୁକ ଦାବି କରି ଦ୍ୱିତୀୟ ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ

ଦିଗପହଣ୍ଡି,୧୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗଡ଼ ସାମନ୍ତରାପୁର ଗ୍ରାମର ବିଷ୍ଣୁପ୍ରିୟା ପାତ୍ରଙ୍କୁ ତାଙ୍କ ସ୍ବାମୀ ସନ୍ତୋଷ କୁମାର ପାତ୍ର ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବିଷ୍ଣୁପ୍ରିୟା ମରିଯିବା ପରେ ତାଙ୍କୁ ଆତ୍ମହତ୍ୟାର ରୂପ ଦେବା ପାଇଁ ମୃତଦେହ ଉପରେ କିରୋସିନ ଢାଳି ଜାଳି ଦିଆଯାଇଥିବା ଜଣାପଡ଼ିଛି।

ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଶନିବାର ସକାଳେ ଘଟଣା ପ୍ରଘଟ ହେବା ପରେ ଖବର ପାଇ କେ.ନୂଆଗାଁ ଥାନା ପୋଲିସ ଗ୍ରାମରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ଏନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ଥାନା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି।

ସନ୍ତୋଷ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେଇ ମାର୍‌ପିଟ କରିବାରୁ ସେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ତାଙ୍କ ଶୁଦ୍ଧିକ୍ରିୟା ପରେ ଗତ ପ୍ରାୟ ୧୫ ମାସ ତଳେ ସନ୍ତୋଷ ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ପେଣ୍ଠ ଗ୍ରାମର ଶ୍ରୀରାମ ପାତ୍ରଙ୍କ ଝିଅ ବିଷ୍ଣୁପ୍ରିୟାଙ୍କୁ ଦ୍ୱିତୀୟ ବିବାହ କରିଥିଲେ।

ବିବାହ ସମୟରେ ସ୍ବାମୀ ସନ୍ତୋଷଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହର କିଛି ଦିନ ପରେ ସନ୍ତୋଷ ପୁଣି ଅଧିକ ଯୌତୁକ ଦାବି କରି ଦ୍ୱିତୀୟ ସ୍ତ୍ରୀଙ୍କୁ ମଧ୍ୟ ନିର୍ଯାତନା ଦେଉଥିଲେ। ଗତ କିଛିଦିନ ତଳେ ବିଷ୍ଣୁପ୍ରିୟାଙ୍କ ବାପା ଗ୍ରାମରେ ପହଞ୍ଚତ୍ ଗଁାର ଭଦ୍ରଲୋକଙ୍କ ଉପସ୍ଥିତିରେ ଯୌତୁକ ବାବଦକୁ ପୁଣି ଦୁଇ ଲକ୍ଷ ଟଙ୍କା ସନ୍ତୋଷଙ୍କୁ ପ୍ରଦାନ କରିଥିଲେ। ଏନେଇ ସେ ପୋଲିସକୁ ସମସ୍ତ ସୂଚନା ଦେଇଥିବା ଜଣାପଡ଼ିଛି। ପୋଲିସ ଅଭିଯୁକ୍ତ ସନ୍ତୋଷଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri