ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗ୍ରାମରେ। ସୂଚନା ଅନୁଯାୟୀ, ସୋମବାର କୌଣସି କାରଣବଶତଃ ସ୍ତ୍ରୀ ବୁଦୁଲୁ କଟୁଆଳର ସ୍ବାମୀ ମଙ୍ଗଲୁ କଟୁଆଳ ସହିତ ବଚସା ହୋଇଥିଲା। ତେବେ ଉଭୟ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡା ହେବା ପରେ ସ୍ବାମୀ ମଦ୍ୟପାନ କରି ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ଅତି ନୃଶଂସ ଭାବେ ହତ୍ୟା କରିଛନ୍ତି। ନିଜ ସ୍ତ୍ରୀ କୁ ହତ୍ୟା କରିବା ପରେ ସ୍ବାମୀ ନିଜ ଘର ସମ୍ମୁଖରେ ଗାତ ଖୋଳି ପୋତିବା ପାଇଁ ଚେଷ୍ଟା କରୁଥିଲେ। ଘଟଣା ସମ୍ପର୍କରେ ଗ୍ରାମବାସୀ ଜାଣିବା ପରେ ମୋରଡ଼ା ପୋଲିସକୁ ଖବର ଦେଇଥିଲେ। ଖବରପାଇ ମୋରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ବାମଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ମଙ୍ଗଳବାର ସକାଳେ ଘଟଣାସ୍ଥଳରେ ମାଜିଷ୍ଟ୍ରେଟ ଭାବେ ମୋରଡ଼ା ତହସିଲଦାର, ମୋରଡ଼ା ପୋଲିସ ପହଞ୍ଚି ସାଇଣ୍ଟିଫିକ ଟିମ ଜରିଆରେ ତଦନ୍ତ କରିଛନ୍ତି। ଘର ନିକଟରେ ପଡିଥିବା ଏକ ଠେଙ୍ଗା ଓ ଲୁହା ପାଇପକୁ ପୋଲିସ ଜବତ କରିଥିବା ବେଳେ ଏସବୁ ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଅନୁମାନ କରୁଛି ପୋଲିସ। ମୋରଡ଼ା ପୋଲିସ କେଶ ନମ୍ବର ୭/୨୧ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?