ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ୨୮ ବର୍ଷୀୟା ସୌଦାମିନୀ କିଷାନ। ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀ ରାହୁଲ ବାଗ୍‌ଙ୍କୁ ପୋଲିସ ଗିରଫ କରିଛି।

ସୂଚନାନୁସାରେ, ରାହୁଲ ଓ ସୌଦାମିନୀ ପ୍ରାୟ ୩ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ବିବାହ ପରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଅନେକ ସମୟରେ କଳହ ହେଉଥିବା ଜଣାପଡ଼ିଛି। ଆଜି ସକାଳୁ କୌଣସି କଥାକୁ ନେଇ ବିବାଦ ହେବା ପରେ ରାହୁଲ ତାଙ୍କ ସ୍ତ୍ରୀଙ୍କୁ ଆକ୍ରମଣ କରି ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଘଟଣା ପରେ ଗାଁରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଖବର ପାଇ ଝାରସୁଗୁଡ଼ା ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପରେ ଅଭିଯୁକ୍ତ ରାହୁଲ ବାଗଙ୍କୁ କାବୁ କରିଥିଲା ପୋଲିସ। ସ୍ଥାନୀୟ ସୂତ୍ର ଅନୁସାରେ, ରାହୁଲ ଓ ସୌଦାମିନୀ ଅନ୍ୟ ଜାତିରେ ବିବାହ କରିଥିଲେ। ଘଟଣାର ପ୍ରକୃତ କାରଣ ଓ ହତ୍ୟାର ପରିସ୍ଥିତି ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହି ଘଟଣାକୁ ନେଇ ଏଚ୍‌. କଣ୍ଟାପାଳି ଅଞ୍ଚଳରେ ଶୋକ ଓ ଆଲୋଡ଼ନ ସୃଷ୍ଟି ହୋଇଛି। ଏହା ସହିତ ଅଧିକ ତଦନ୍ତ କରାଯାଉଛି ବୋଲି ସଦର ଆଇଆଇସି ଶୋଭାକର ସେଠ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri