ସ୍ବାମୀ ଆଣିଥିଲେ ଋଣ ମୂଳଟଙ୍କା ନେବାକୁ ଆସି ସ୍ତ୍ରୀଙ୍କ ସହ ଅସଦାଚାରଣ

ଦିଗପହଣ୍ଡି,୨୪।୧(ଅଶେଷ ନାଥ ମିଶ୍ର): ସ୍ବାମୀ ଘରେ ନ ଥିବା ବେଳେ ମହିଳାଙ୍କୁ ଘରେ ପଶି ଅସଦାଚରଣ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ ମେନ୍‌ ରୋଡ଼ରେ। ପାଟପୁର ଗ୍ରାମର ବାଦଲ ସ୍ବାଇଁ ଜଣେ ମହିଳାଙ୍କୁ ଘରେ ପଶି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ମାମଲା ରୁଜୁ ହେବାପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୩୭/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ମହିଳା ଓ ତାଙ୍କ ସାମୀ ଦୋକାନ କରିଛନ୍ତି। ବାଦଲଙ୍କ ଠାରୁ ତାଙ୍କ ସ୍ବାମୀ ବ୍ୟବସାୟ ପାଇଁ କରଜ ଆଣିଥିଲେ। ନିୟମିତ ଭାବେ ସୁଧ ଦେଇ ଆସୁଛନ୍ତି।ଗତ ମଙ୍ଗଳବାର ସାରେ ବାଦଲ ତାଙ୍କ ଘର ସମ୍ମୁଖରେ ପହଞ୍ଚି ମୂଳ ଟଙ୍କା ତୁରନ୍ତ ପୈଠ କରିବାକୁ କହିବାରୁ ବ୍ୟବସାୟୀଙ୍କ ସ୍ତ୍ରୀ କିସ୍ତି ଆକାରରେ ମୂଳ ଟଙ୍କା ଫେରାଇବୁ ବୋଲି କହିଥିଲେ।ଏଥିରେ ଉତ୍ତେଜିତ ହୋଇ ସ୍ବାମୀଙ୍କ ଅନୁପସ୍ଥିତିରେ ବାଦଲ ଜବରଦସ୍ତ ଘରେ ପଶି ମହିଳାଙ୍କୁ ଟଣାଓଟରା କରିଥିଲେ। ଏପରିକି ତାଙ୍କ ସାନ ଝିଅକୁ ଟେକି ନେଇଯିବି କହିଥିଲେ। ଲୋକେ ଗହଳି ହୋଇଯିବାରୁ ବାଦଲ ଘରେ ବୋମା ପକାଇ ଦେବି କହି ଧମକ ଦେବା ସହ ସେଠାରୁ ଚାଲିଯାଇଥିଲେ। ସ୍ବାମୀ ଫେରିବା ପରେ ସ୍ତ୍ରୀ ସବୁ କଥା ଜଣାଇଥିଲେ।ପରେ ସ୍ବାମୀ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏଏସଆଇ ନିଗମ ଚନ୍ଦ୍ର ପ୍ରଧାନ ଘଟଣାର ତଦନ୍ତ ଚଳାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri