ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହିବା ଘଟଣା: ୨ ନିଲମ୍ବିତ, ଜଣେ ବହିଷ୍କୃତ

ଫୁଲବାଣୀ ଅଫିସ,୨।୭: କନ୍ଧମାଳ ଜିଲା ଫୁଲବାଣୀରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହି ଗାଡ଼ିରେ ରଖିବା ଘଟଣାରେ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା। ଏ ନେଇ ସିଡିଏମ୍‌ ତୁରନ୍ତ ମାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଫ ନର୍ସ ମାମିନା ପାତ୍ର ଓ ଆଟେଣ୍ଡାଣ୍ଟ ପ୍ରିୟଙ୍କା ମୁଖୀଙ୍କୁ ସିଡିଏମଓ ନିଲମ୍ବିତ କରିଥିବା ବେଳେ ଡେସ୍କ କର୍ମଚାରୀ ଅଜିତ କୁମାର କହଁରଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି । ଭବିଷ୍ୟତରେ ଏପରି ଅମାନବୀୟ ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେ ନେଇ ଏଡିଏମ୍‌ଙ୍କୁ ତାଗିଦ କରିଛନ୍ତି ସିଡିଏମଓ। ଏଥିସହ ମେଡିକାଲ ଆସୁଥିବା ରୋଗୀ ଯେପରି ଉପଯୁକ୍ତ ସେବା ପାଆନ୍ତି ସେଥିପ୍ରତି ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମୋତିଙ୍ଗିଆ ଗାଁର ବାଳକୃଷ୍ଣ କହଁର ସ୍ତ୍ରୀଙ୍କୁ ଚିକିତ୍ସା ପାଇଁ ଗତ ୨୯ ତାରିଖରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ଗତ ୩୦ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ମୃତଦେହକୁ ଉଠାଇବା ପାଇଁ ବାଳକୃଷ୍ଣ ବହୁ କାକୁତି ମିନତି ହେବା ସତ୍ତ୍ୱେ ମେଡିକାଲ କର୍ମଚାରୀ ତାହାକୁ ଛୁଇଁଲେ ନାହିଁ । ଏପରିକି ପାଖରେ ଥିବା କୁନି ପିଲାକୁ ବି କେହି ଧରି ନଥିଲେ। ଶେଷରେ ନିରାଶହୋଇ ୱାର୍ଡରୁ ତଳକୁ ସିଡିରେ ଏକୁଟିଆ ବାଳକୃଷ୍ଣ ସ୍ତ୍ରୀଙ୍କ ମୃତଦେହକୁ ଟେକି ଟେକି ନେବାର ଦୃଶ୍ୟ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?