ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ ଲକ୍ଷ୍ମୀନାରାୟଣପୁର ଗ୍ରାମର ପ୍ରେମିକ ଦିବାକର ଦୋରା ସହ ନିୟମିତ ବ୍ୟବଧାନରେ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଗତ ୨୨ ତାରିଖ ରାତିରେ  ପ୍ରେମିକ ସହ ସ୍ତ୍ରୀ ଅସଞ୍ଜତ ଅବସ୍ଥାରେ ଥିବା ବେଳେ ସ୍ବାମୀ ଦେଖି ଦେବାରୁ ସ୍ତ୍ରୀ ପ୍ରେମିକଙ୍କ ସହାୟତାରେ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା ।

ଏନେଇ ଗତ ୨୪ ତାରିଖରେ ସ୍ବାମୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୨୪/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା-୩୩୩/୧୧୫(୨)/୧୧୭(୨)/୧୦୯/୩୫୧(୨)/୩(୫)ଅନୁଯାୟୀ ଅଭିଯୁକ୍ତା ରଶ୍ମିତା ଏବଂ ତାଙ୍କ ପ୍ରେମିକ ଦିବାକରଙ୍କ ନାଁ ରେ ମକଦ୍ଦମା ରୁଜୁ କରି ଏଏସଆଇ ଦିଲ୍ଲୀପ ଗୋରଡ଼ାଙ୍କୁ ତଦନ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ଗିରଫ ଭୟରେ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକ ଭୁବନେଶ୍ୱର ଫେରାର ହୋଇଯାଇଥିଲେ। ରବିବାର ରଶ୍ମିତା ଗାଁକୁ ଫେରିଥିବା ଖବରପାଇ ତଦନ୍ତକାରୀ ଅଧିକାରୀ ଥାନାର ମହିଳା ପୋଲିସ ଅଧିକାରୀଙ୍କ ସହାୟତାରେ ରଶ୍ମିତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଘଟଣା ଦିନ ରାତି ପ୍ରାୟ ୧୦ ଟାରେ ଶଙ୍କର କାମ ସାରି ଘରକୁ ଫେରିବା ପରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଘରେ ଅସଞ୍ଜତ ଅବସ୍ଥାରେ ଥିବା ଦେଖିଦେଇଥିଲେ। ପ୍ରତିବାଦ କରିବାରୁ ସ୍ତ୍ରୀ ଓ ପ୍ରେମିକ ତାଙ୍କୁ ଘର କବାଟ ପକାଇ ମରଣାନ୍ତକ ଆକ୍ରମଣ କରିଥିଲେ।ପୁଅ ,ଝିଅ ତାଙ୍କ ବାପାଙ୍କୁ ମାଡ଼ ନ ମାରିବାକୁ କାନ୍ଦି କାନ୍ଦି କାକୁତି ମିନତି ହୋଇଥିଲେ ମଧ୍ୟ ସ୍ତ୍ରୀ ତାଙ୍କ ସ୍ଵାମୀଙ୍କ ସମ୍ବେଦନଶୀଳ ଅଙ୍ଗକୁ ଟାଣି ମାଡ଼ ମାରିଥିବା ବେଳେ ତାଙ୍କୁ ଜୀବନରେ ମାରିଦେବାକୁ  ପ୍ରେମିକଙ୍କୁ କହିଥିଲେ। ପ୍ରେମିକ ଦିବାକର ଘରେ ଥିବା ଏକ ଠେଙ୍ଗାରେ ତାଙ୍କୁନିସ୍ତୁକ ମାଡ଼ ମାରିବାରୁ ତାଙ୍କ ବାମ ହାତ ଓ ବାମ ଗୋଡ ଭାଙ୍ଗିଯାଇଥିଲା। ସେ କୌଶଳ କ୍ରମେ ଘର ଭିତରୁ ଦୌଡ଼ି ପଳାଇଥିଲେ। ସ୍ତ୍ରୀ ଓ ପ୍ରେମିକ ତାଙ୍କୁ  ଗୋଡ଼ାଇ ଗୋଡ଼ାଇ ମାରିଥିଲେ। ସେ ତଳେ ପଡିଯିବାରୁ ମୃତ୍ୟୁବରଣ କରିଥିବା ଭାବି କରି ଉଭୟେ ପଳାଇଥିଲେ।  ପ୍ରାଣ ଭୟରେ ଶଙ୍କର ଘର ନିକଟ ଏକ ବୁଦା ଉହାଡ ରେ ରାତି ସାରା ଲୁଚି ରହିଥିଲେ। ସକାଳେ ଖବର ପାଇ  ତାଙ୍କ ଶାଳକ ଦଣ୍ଡ ରେଡ୍ଡୀ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ବୋଲି   ତଦନ୍ତକାରୀ ଅଧିକାରୀ କହିଛନ୍ତି। ଅଭିଯୁକ୍ତ ପ୍ରେମିକ ଦିବାକର ଫେରାର ଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri