Posted inବରଗଡ଼

ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ସ୍ବାମୀର ଆତ୍ମହତ୍ୟା

ବିଜେପୁର,୨୩।୮ (ଡି.ଏନ.ଏ.)-ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ ନୂଆଁଖାଇର ଗୋଟିଏ ଦିନ ପୂର୍ବରୁ ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀ ଓ ୧୨ବର୍ଷର ଝିଅକୁ ଜୋରଜବରଦସ୍ତ ବିଷ ପିଆଇବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି ା ମୃତକ ହେଲେ ରଥ ମହାନନ୍ଦ (୪୫), ସ୍ତ୍ରୀ କୁମୁଦିନୀ (୪୦) ଓ ଝିଅ କବିତା (୧୨) । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ଗୋଟଏ ଜୁଇରେ ୩ ମୃତଦେହକୁ ଦାହ କରାଯାଇଛି ା ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି ା
ପୋଲିସର ସୂଚନା ଅନୁଯାୟୀ, ଶନିବାର ରଥ ମହାନନ୍ଦଙ୍କ ପରିବାରରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା ା ଧୀରେ ଧୀରେ ସେହି କଳି ଉଗ୍ରରୂପ ଧାରଣ କରିଥିଲା ା ଫଳରେ ରଥ ନିଜ ମାନସିକ ଭାରସାମ୍ୟ ହରାଇ କୁମୁଦିନୀଙ୍କୁ ବିଷ ପିଆଇ ଦେଇଥିଲେ । ଏପରି ଘଟଣା ଦେଖି ଝିଅ କବିତା ବାପାଙ୍କୁ ବାରଣ କରିଥିଲେ ା ହେଲେ ରଥ ଏତେ ଉତ୍ତେଜିତ ହୋଇପଡିଥିଲେ ଯେ, କବିତାଙ୍କୁ ବି ବିଷ ପିଆଇ ଦେଇଥିଲେ । ଏହାର କିଛି ସମୟ ପରେ ବିଷକ୍ରିୟାରେ ମା’ ଝିଅ ଛଟପଟ ହୋଇଥିଲେ ା ନିଜ ଆଖି ସାମ୍ନାରେ ଏହି ଦୃଶ୍ୟ ଦେଖି ରଥ କ’ଣ କରିବେ କିଛି ଚିନ୍ତା କରି ପାରି ନ ଥିଲେ ା ଶେଷରେ ସେ କୌଣସି ଉପାୟ ନ ପାଇ ନିଜେ ବିଷ ପିଇ ଦେଇଥିଲେ । ଏହି ଖବର ପାଇବା ପରେ ଆତ୍ମୀୟସ୍ବଜନ ସେମାନଙ୍କୁ ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ଡାକ୍ତର ଝିଅ କବିତାଙ୍କୁ ମୃତ ଘୋଷଣା କରିଥିଲେ । ଗୁରୁତର ଅବସ୍ଥାରେ ରଥ ଓ କୁମୁଦିନୀଙ୍କୁ ଜିଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ପରେ ଉଭୟଙ୍କୁ ବୁର୍ଲା ଭିମ୍‌ସାର ପଠାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ଦିଲୀପ ମହାନନ୍ଦଙ୍କ ଏତଲା ଆଧାରରେ ପୋଲିସ ଏକ ହତ୍ୟା ମାମଲା(ନଂ.୧୭୪/୨୦) ରୁଜୁ କରିଛି । ଏ ନେଇ ତଦନ୍ତ ଚାଲିଥିବା ଆଇଆଇସି ରାଜେନ୍ଦ୍ର ସିଆଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri