ସ୍ତ୍ରୀଙ୍କ ଗଳା କାଟି ପାଖରେ ବସି ରହିଥିଲେ

କୁନ୍ଦୁରା,୧୦ା୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଅନ୍ତର୍ଗତ ବୁଦାଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସ୍ବାମୀ ଜୟରାମ ଦୁରୁଆଙ୍କୁ ଗିରଫ କରିଛି।

ଖବରରୁ ଜଣାପଡିଛି ବୁଦାଗୁଡା ଗ୍ରାମରେ ସ୍ତ୍ରୀ ଓ ୨ ସନ୍ତାନଙ୍କୁ ନେଇ ଜୟରାମଙ୍କ ପରିବାର ହସଖୁସିରେ ଚଳୁଥିଲେ। ୩ ମାସ ତଳେ ଜୟରାମ ଗ୍ରାମର କେତେକ ବ୍ୟକ୍ତିଙ୍କ ସହ କାମ କରିବାକୁ କେରଳ ଯାଇଥିଲେ। ସେଠାରେ ତାଙ୍କର ବ୍ୟବହାରପାଗଳ ଭଳି ହେବାରୁ ତାଙ୍କ ସାଥୀମାନେ ତାଙ୍କୁ ଆଣି ଗାଁରେ ଛାଡି ଦେଇ ଥିଲେ। ଜୟରାମଙ୍କ ଏଭଳି କାର୍ଯ୍ୟକଳାପ ଦେଖି ସ୍ତ୍ରୀ ମହାଦେଈ ବିଭିନ୍ନ ସ୍ଥାନରେ ତାଙ୍କର ଚିକିତ୍ସା କରାଇଥିଲେ। ରବିବାର ମହାଦେଈ ଜୟରାମଙ୍କୁ ଧରି ନିକଟରେ ଥିବା ଜଣେ ଗୁଣିଆଙ୍କ ଘରକୁ ନେଇଥିଲେ। ସେଠାରୁ ଆସିବା ପରେ ମଧ୍ୟାହ୍ନ ୧୨ଟାରେ ଜୟରାମ ହଠାତ୍‌ ସ୍ତ୍ରୀ ମହାଦେଈଙ୍କ ଗଳା କାଟି ଦେଇଥିଲେ। ଫଳରେ ଘଟଣା ସ୍ଥଳରେ ମହାଦେଈଙ୍କ ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଏହା ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲା। ମହାଦେଈଙ୍କ ମୃତଦେହ ନିକଟରେ ବସିଥିବା ଜୟରାମଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ମା’ଙ୍କ ମୃତ୍ୟୁ ଏବଂ ବାପା ଜେଲ ଯିବା ପରେ ଜୟରାମଙ୍କ ଦୁଇ ପୁଅ ବେସାହାରା ହୋଇପଡିଛନ୍ତି। ବଡପୁଅ ବୁଦୃ ଦୁରୁଆ ଅଷ୍ଟମ ଶ୍ରେଣୀରେ ପଢୁଥିବା ବେଳେ ସାନପୁଅ ସୀତାରାମଙ୍କୁ ୮ବର୍ଷ ହୋଇଛି। ପୋଲିସ ଏକ ହତ୍ୟା ମାମଲା(ନଂ.୬୯/୨୨) ରୁଜୁ କରି ତଦନ୍ତ ଜାରି ରଖିଥିବା ମାମଲାର ତଦନ୍ତକାରୀ ଅଧିକାରୀ ଗୋବିନ୍ଦ ହାଁସଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri