ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ସଭ୍ୟା ସିଂହ ଗୁରୁତର ହୋଇଛନ୍ତି। ସେହିପରି ଅନ୍ୟ ବାଇକ୍‌ରେ ବସିଥିବା ଚାରବାହାଲ ଗ୍ରାମର ଜଣେ ଯୁବକ ଗୁରୁତର ହୋଇଛନ୍ତି। ଖବର ପାଇ ମୃତ ଈଶ୍ୱରୀଙ୍କ ସମ୍ପର୍କୀୟ କ୍ଷତିପୂରଣ ଦାବିରେ ସ୍ଥାନୀୟ ୨୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଏହି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ସରକାର ସହାୟତା ମିଳିବା ନେଇ ପ୍ରତିଶ୍ରୁତି ଦେବା ପରେ ରାତ୍ରି ୭ଟା ୪୫ରେ ରାସ୍ତାରୋକୋ ହଟିଥିଲା। ମିଳିଥିବା ସୂଚନା ଅନୁସାରେ, ଦେଉଣ୍ଡି ରାମପଡ଼ାର ଈଶ୍ୱରୀ ଓ ସ୍ତ୍ରୀ ସଭ୍ୟା ରାଣୀ କୌଣସି କାର୍ଯ୍ୟ ପାଇଁ ଚାହାରବାହାଲକୁ ଯାଇ ଫେରିବା ସମୟରେ ପଖନାଗୁଡା ଛକ ନିକଟରେ ସାମ୍‌ନା ପଟୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଈଶ୍ୱରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ସଭ୍ୟାରାଣୀ ଗୁରୁତର ଥିବାରୁ ଜୁନାଗଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଜଣେ ଯୁବକ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri