ଆମ୍ବୁଲାନ୍ସ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ସୋରଡ଼ା,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବଡ଼ଗଡ଼ ରାସ୍ତା ଖରିଗୁଡା ଛକରେ ସୋମବାର ମଧ୍ୟାହ୍ନରେ ୧୦୨ ଅମ୍ବୁଲାନ୍ସ ଦମ୍ପତିଙ୍କୁ ଧକ୍କା ଦେବାରୁ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋରଡ଼ା ସରକାରୀ ଡାକ୍ତରଖାନା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ବଡ଼ଗଡ଼ ଡାକ୍ତରଖାନାରେ ରୋଗୀଙ୍କୁ ଛାଡି ଆମ୍ବୁଲାନ୍ସଟି ସୋରଡ଼ା ଫେରୁଥିବା ବେଳେ ଖାରିଗୁଡା ଛକରେ ବଡ଼ଗଡ଼ ଯାଉଥିବା ବୋରସିଙ୍ଗୀ ପଞ୍ଚାୟତର ଗୁଣ୍ଡିବିରା ଗ୍ରାମର ଜୟ ମହାକୁଡ(୬୦) ଓ ଆଶାକର୍ମୀ ଥିବା ତାଙ୍କ ସ୍ତ୍ରୀ ସୁବାସିନୀ (୫୩) ବଡ଼ଗଡ଼ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ବିଭାଗୀୟ କୌଣସି କାର୍ଯ୍ୟରେ ଯୋଗଦେବାକୁ ବାଇକ୍‌ରେ ଯାଉଥିଲେ। ଦୁର୍ଘଟଣା ଘଟିବା ପରେ ଗଭୀର ଆଘାତରେ ଜୟ ଓ ସୁବାସିନୀଙ୍କୁ ଦମକଳ ବାହିନୀ ପହଞ୍ଚି ସୋରଡ଼ା ଡାକ୍ତରଖାନାକୁ ଆଣିଥିଲେ। ଜୟଙ୍କୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଚାଳକ ଶିବଶଙ୍କର ନାୟକ ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ଗାଡ଼ିକୁ ଥାନାକୁ ଅଣାଯାଇଛି। ଏସ୍‌ଆଇ ସୁନୀଲ କଣ୍ଡୋଗୋରୀ ଦୁର୍ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ମୃତ ଜୟ ଜଣେ ଶାନ୍ତ ସରଳ ବ୍ୟକ୍ତି ହୋଇଥିବା ବେଳେ ସ୍ତ୍ରୀ ଜଣେ ଆଶାକର୍ମୀ। ଖବର ପ୍ରଚାରିତ ପରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ,ଏନ୍‌ଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ବହୁ ଜନସାଧାରଣ ମେଡିକାଲରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri