ଆମ୍ବୁଲାନ୍ସ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ସୋରଡ଼ା,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବଡ଼ଗଡ଼ ରାସ୍ତା ଖରିଗୁଡା ଛକରେ ସୋମବାର ମଧ୍ୟାହ୍ନରେ ୧୦୨ ଅମ୍ବୁଲାନ୍ସ ଦମ୍ପତିଙ୍କୁ ଧକ୍କା ଦେବାରୁ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋରଡ଼ା ସରକାରୀ ଡାକ୍ତରଖାନା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ବଡ଼ଗଡ଼ ଡାକ୍ତରଖାନାରେ ରୋଗୀଙ୍କୁ ଛାଡି ଆମ୍ବୁଲାନ୍ସଟି ସୋରଡ଼ା ଫେରୁଥିବା ବେଳେ ଖାରିଗୁଡା ଛକରେ ବଡ଼ଗଡ଼ ଯାଉଥିବା ବୋରସିଙ୍ଗୀ ପଞ୍ଚାୟତର ଗୁଣ୍ଡିବିରା ଗ୍ରାମର ଜୟ ମହାକୁଡ(୬୦) ଓ ଆଶାକର୍ମୀ ଥିବା ତାଙ୍କ ସ୍ତ୍ରୀ ସୁବାସିନୀ (୫୩) ବଡ଼ଗଡ଼ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ବିଭାଗୀୟ କୌଣସି କାର୍ଯ୍ୟରେ ଯୋଗଦେବାକୁ ବାଇକ୍‌ରେ ଯାଉଥିଲେ। ଦୁର୍ଘଟଣା ଘଟିବା ପରେ ଗଭୀର ଆଘାତରେ ଜୟ ଓ ସୁବାସିନୀଙ୍କୁ ଦମକଳ ବାହିନୀ ପହଞ୍ଚି ସୋରଡ଼ା ଡାକ୍ତରଖାନାକୁ ଆଣିଥିଲେ। ଜୟଙ୍କୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଚାଳକ ଶିବଶଙ୍କର ନାୟକ ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ଗାଡ଼ିକୁ ଥାନାକୁ ଅଣାଯାଇଛି। ଏସ୍‌ଆଇ ସୁନୀଲ କଣ୍ଡୋଗୋରୀ ଦୁର୍ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ମୃତ ଜୟ ଜଣେ ଶାନ୍ତ ସରଳ ବ୍ୟକ୍ତି ହୋଇଥିବା ବେଳେ ସ୍ତ୍ରୀ ଜଣେ ଆଶାକର୍ମୀ। ଖବର ପ୍ରଚାରିତ ପରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ,ଏନ୍‌ଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ବହୁ ଜନସାଧାରଣ ମେଡିକାଲରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?