ଟ୍ରଲର ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ରଗଡି,୮ା୯(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ଛକରେ ଗୁରୁବାର ସକାଳେ ଏକ ଟ୍ରଲର ଧକ୍କାରେ ସ୍ବାମୀଙ୍କ ମୃତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର କାଳନ୍ଦୀ ଚରଣ ସାହୁ(୫୩) ସ୍ତ୍ରୀ ସାବିତ୍ରୀଙ୍କ ସହିତ ବାଇକ୍‌ରେ ମେଡିକାଲ ଯାଉଥିଲେ। ୨୦ନଂ. ଜାତୀୟ ରାଜପଥର ଲକ୍ଷ୍ମୀନଗର ଛକଠାରେ ପୋଲ ନିର୍ମାଣ ଚାଲିଛି ା ଅସ୍ଥାୟୀ ଡାଇଭରଶନରେ ସମ୍ମୁଖରୁ ଆସୁଥିବା ଏକ ଟ୍ରଲର ସହିତ କାଳନ୍ଦୀଙ୍କ ବାଇକ୍‌ର ଧକ୍କା ହୋଇଥିଲା ା ଫଳରେ ଘଟଣାସ୍ଥଳରେ କାଳନ୍ଦୀଙ୍କ ମୃତ୍ୟୁ ଘଟିଥିଲା। ସାବିତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ରୋଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ଯାଜପୁର ରୋଡ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌କୁ ଟ୍ରଲର ତଳୁ ବାହାର କରିଥିଲେ ା କୋରେଇ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri