ସ୍ତ୍ରୀଙ୍କ ଦଶାହରେ ସ୍ବାମୀ ଆଖି ବୁଜିଲେ

ଭଦ୍ରକ ଅଫିସ,୩ା୯: ସ୍ତ୍ରୀଙ୍କ ଦଶାହରେ କ୍ରିୟା କର୍ମ ଚାଲିଥିଲା। ଏହି ସମୟରେ ସ୍ବାମୀଙ୍କର ମୃତ୍ୟୁ ଘଟିଛି। ୧୦ ଦିନ ମଧ୍ୟରେ ଉଭୟ ମା’ ବାପାଙ୍କୁ ହରାଇ ଅନାଥ ହୋଇଛନ୍ତି ୫ ବର୍ଷର ଝିଅ ଓ ୨ ବର୍ଷର ପୁଅ। ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଶୁକ୍ରବାର ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ସଦର ବ୍ଲକ ଅଧୀନ ବଣିଆ ପଞ୍ଚାୟତର ପେଡ଼ାସାହିରେ। ମୃତ ବ୍ୟକ୍ତି ହେଲେ ଉକ୍ତ ଗ୍ରାମର ନରହରି ପେଡ଼ା (୪୫)। ସ୍ତ୍ରୀ ଇତିଶ୍ରୀ ଶ୍ୱାସ ରୋଗରେ ପୀଡ଼ିତ ଥାଇ ୧୦ ଦିନ ପୂର୍ବେ ତାଙ୍କର ମୃତ୍ୟୁ ଘଟିଥିଲା। ନରହରି ମଧ୍ୟ ଦୁଇବର୍ଷ ଧରି ରୋଗାଗ୍ରସ୍ତ ଥିଲେ। ଅର୍ଥ ଅଭାବରୁ ତାଙ୍କର ଚିକିତ୍ସା ହୋଇପାରୁ ନ ଥିଲା। ସେ ବିଛଣାରେ ପଡ଼ି ରହୁଥିଲେ। ଶୁକ୍ରବାର ଦିନ ପ୍ରାୟ ଗୋଟାଏ ବେଳେ ଇତିଶ୍ରୀଙ୍କ ଶୁଦ୍ଧିକ୍ରିୟା ଚାଲିଥିବା ବେଳେ ନରହରିଙ୍କ ମୃତ୍ୟୁ ପରେ କାନ୍ଦ ବୋବାଳିରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri