ନିର୍ଯାତନା ସହ ପରକୀୟା ପ୍ରୀତି ସହି ନ ପାରି ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଦେଇଥିଲେ, ଆଖି ବୁଜିଲେ…

ଖଜୁରିପଡ଼ା,୧୭ା୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଞ୍ଚଳରେ ସୋମବାର ସ୍ତ୍ରୀଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ସ୍ବାମୀଙ୍କ ରାତିରେ ମୃତ୍ୟୁ ଘଟିଛି। ନିର୍ଯାତନା ଅସହ୍ୟ ହେବାରୁ ସ୍ତ୍ରୀ ଟାଙ୍ଗିଆରେ ଝାମ୍ଫି ଗାଁର ସ୍ବାମୀ ପ୍ରଶାନ୍ତ କହଁରଙ୍କୁ ଆକ୍ରମଣ କରିଥିଲେ। ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଝାମ୍ଫି ଗାଁର ପ୍ରଶାନ୍ତ ପ୍ରତିଦିନ ନିଶାସକ୍ତ ଅବସ୍ଥାରେ ଆସି ସ୍ତ୍ରୀ ଅହଲ୍ୟାଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେଉଥିଲେ। ଏପରିକି ସେ ପରକୀୟା ପ୍ରୀତିରେ ମଧ୍ୟ ଥିଲେ। ଫଳରେ ୬ ପୁଅଙ୍କୁ ଧରି ଅହଲ୍ୟା ଦୁଃଖରେ ରହୁଥିଲେ। ଏହାକୁ ନେଇ ସବୁବେଳେ ପରିବାରରେ ଅଶାନ୍ତି ଲାଗିରହୁଥିଲା। ସୋମବାର କୌଣସି କଥାକୁ ନେଇ ଝଗଡ଼ା ହେବାରୁ ପ୍ରଶାନ୍ତ ଏକ ଟାଙ୍ଗିଆ ଧରି ଅହଲ୍ୟାଙ୍କୁ ହାଣିବା ପାଇଁ ଗୋଡ଼ାଇଥିଲେ। ପରେ ସ୍ବାମୀଙ୍କ ହାତରୁ ଟାଙ୍ଗିଆ ଛଡ଼େଇନେଇ ଅହଲ୍ୟା ସେଥିରେ ତାଙ୍କୁ ପିଟି ଦେଇଥିଲେ। ଗୁରୁତର ଅବସ୍ଥାରେ ପ୍ରଶାନ୍ତଙ୍କୁ ଖଜୁରିପଡ଼ା ମେଡିକାଲକୁ ନିଆଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସେଠାରୁ ଫୁଲବାଣୀ ମେଡିକାଲକୁ ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ମୃତ୍ୟୁ ହୋଇଛି। ବାପାଙ୍କୁ ମାରି ଦିଆଯାଇଥିବା ନେଇ ପ୍ରଶାନ୍ତଙ୍କ ଝିଅ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଥାନାରେ ନଂ.୧୩୮/୨୫ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି। ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାର କରିଛନ୍ତି। କିଛି ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚାଲିଥିବା ଥାନା ଅଧିକାରୀ ଚାପଧାରୀ ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri