ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ସାରା ରାତି ମୃତ ବାପା ଏବଂ ଗୁରୁତର ମାଙ୍କୁ ଜଗି ରହିଲା ୫ ବର୍ଷର ଶିଶୁ ପୁତ୍ର । ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଂଚଳରୁ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।

ଖବର ଅନୁସାରେ, ଜିଅନ୍ତାପାଲି ଗ୍ରାମର ଦୁଷ୍ମନ୍ତ ମାଝୀ ଏବଂ ତାଙ୍କ ସ୍ତ୍ରୀ ରିଙ୍କୀ ମାଝୀ ଶନିବାର ସନ୍ଧ୍ୟାରେ ଶ୍ୱଶୁର ଘରୁ ଫେରୁଥିଲେ । ତାଙ୍କ ସହିତ ୫ ବର୍ଷର ଶିଶୁ ପୁତ୍ର ମଧ୍ୟ ଘରକୁ ଫେରୁଥିଲା । କିନ୍ତୁ କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ପୂର୍ବରୁ ବଚସା ହୋଇଥିଲା । ଏହାକୁ କେନ୍ଦ୍ର କରି ଘରକୁ ଫେରୁଥିବା ବେଳେ ଦଲକ୍ ନିକଟ ରାସ୍ତା କଡରେ ନିଜ ବାଇକ ରଖି ନିଛାଟିଆ ଜଙ୍ଗଲ ଭିତରକୁ ଯାଇ ସ୍ୱାମୀ, ସ୍ତ୍ରୀ କୀଟନାଶକ ପିଇ ଦେଇଥିଲେ । ୫ ବର୍ଷର ଶିଶୁପୁତ୍ର ସବୁ ଦେଖୁଥିଲେ ମଧ୍ୟ ଉପାୟ ଶୂନ୍ୟ ହୋଇ ପଡିଥିଲା । କିଛି ସମୟ ପରେ ଦୁଷ୍ମନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରିଙ୍କୀ ଅଚେତ ହୋଇ ପଡିଥିଲେ । ରାତି ହୋଇଯାଇଥିବାରୁ ଉପାୟଶୂନ୍ୟ ହୋଇ ବାପା, ମାଙ୍କ ପାଖରେ ୫ ବର୍ଷର ଶିଶୁ ପୁତ୍ର ସାରା ରାତି ଜଗିରହିଥିଲା । ରବିବାର ସକାଳ ହେବା ପରେ ଶିଶୁ ପୁତ୍ର ଜଙ୍ଗଲରୁ ବାହାରି ଆସି ରାସ୍ତାରେ ଲୋକଙ୍କୁ ଅଟକାଇବା ସହିତ ଘଟଣା ବିଷୟରେ ଜଣାଇଥିଲା ।

ସ୍ଥାନୀୟ ଲୋକ ଏନେଇ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ଘଟଣାସ୍ଥଳରୁ ଆଜି ଦିନ ପ୍ରାୟ ୧୦ ଟାରେ ସ୍ୱାମୀ, ସ୍ତ୍ରୀ ଏବଂ ଶିଶୁପୁତ୍ରକୁ ଉଦ୍ଧାର କରି ଅନୁଗୁଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଡାକ୍ତର କିନ୍ତୁ ଦୁଷ୍ମନ୍ତଙ୍କୁ ମୃତ ଘୋଷଣା କରିଥିବା ବେଳେ ସ୍ତ୍ରୀ ରିଙ୍କୀକୁ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ । ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ସ୍ତ୍ରୀର ମୃତ୍ୟୁ ହୋଇଛି । ସେହିପରି ଶିଶୁପୁତ୍ର ମଧ୍ୟ କୀଟନାଶକ ଖାଇଥିବା ସନ୍ଦେହ କରି ତାଙ୍କର ମଧ୍ୟ ଚିକିତ୍ସା କରାଯାଉଛି । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri