ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ସାରା ରାତି ମୃତ ବାପା ଏବଂ ଗୁରୁତର ମାଙ୍କୁ ଜଗି ରହିଲା ୫ ବର୍ଷର ଶିଶୁ ପୁତ୍ର । ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଂଚଳରୁ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।

ଖବର ଅନୁସାରେ, ଜିଅନ୍ତାପାଲି ଗ୍ରାମର ଦୁଷ୍ମନ୍ତ ମାଝୀ ଏବଂ ତାଙ୍କ ସ୍ତ୍ରୀ ରିଙ୍କୀ ମାଝୀ ଶନିବାର ସନ୍ଧ୍ୟାରେ ଶ୍ୱଶୁର ଘରୁ ଫେରୁଥିଲେ । ତାଙ୍କ ସହିତ ୫ ବର୍ଷର ଶିଶୁ ପୁତ୍ର ମଧ୍ୟ ଘରକୁ ଫେରୁଥିଲା । କିନ୍ତୁ କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ପୂର୍ବରୁ ବଚସା ହୋଇଥିଲା । ଏହାକୁ କେନ୍ଦ୍ର କରି ଘରକୁ ଫେରୁଥିବା ବେଳେ ଦଲକ୍ ନିକଟ ରାସ୍ତା କଡରେ ନିଜ ବାଇକ ରଖି ନିଛାଟିଆ ଜଙ୍ଗଲ ଭିତରକୁ ଯାଇ ସ୍ୱାମୀ, ସ୍ତ୍ରୀ କୀଟନାଶକ ପିଇ ଦେଇଥିଲେ । ୫ ବର୍ଷର ଶିଶୁପୁତ୍ର ସବୁ ଦେଖୁଥିଲେ ମଧ୍ୟ ଉପାୟ ଶୂନ୍ୟ ହୋଇ ପଡିଥିଲା । କିଛି ସମୟ ପରେ ଦୁଷ୍ମନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରିଙ୍କୀ ଅଚେତ ହୋଇ ପଡିଥିଲେ । ରାତି ହୋଇଯାଇଥିବାରୁ ଉପାୟଶୂନ୍ୟ ହୋଇ ବାପା, ମାଙ୍କ ପାଖରେ ୫ ବର୍ଷର ଶିଶୁ ପୁତ୍ର ସାରା ରାତି ଜଗିରହିଥିଲା । ରବିବାର ସକାଳ ହେବା ପରେ ଶିଶୁ ପୁତ୍ର ଜଙ୍ଗଲରୁ ବାହାରି ଆସି ରାସ୍ତାରେ ଲୋକଙ୍କୁ ଅଟକାଇବା ସହିତ ଘଟଣା ବିଷୟରେ ଜଣାଇଥିଲା ।

ସ୍ଥାନୀୟ ଲୋକ ଏନେଇ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ଘଟଣାସ୍ଥଳରୁ ଆଜି ଦିନ ପ୍ରାୟ ୧୦ ଟାରେ ସ୍ୱାମୀ, ସ୍ତ୍ରୀ ଏବଂ ଶିଶୁପୁତ୍ରକୁ ଉଦ୍ଧାର କରି ଅନୁଗୁଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଡାକ୍ତର କିନ୍ତୁ ଦୁଷ୍ମନ୍ତଙ୍କୁ ମୃତ ଘୋଷଣା କରିଥିବା ବେଳେ ସ୍ତ୍ରୀ ରିଙ୍କୀକୁ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ । ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ସ୍ତ୍ରୀର ମୃତ୍ୟୁ ହୋଇଛି । ସେହିପରି ଶିଶୁପୁତ୍ର ମଧ୍ୟ କୀଟନାଶକ ଖାଇଥିବା ସନ୍ଦେହ କରି ତାଙ୍କର ମଧ୍ୟ ଚିକିତ୍ସା କରାଯାଉଛି । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri