ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ବର୍ଷକର ଶିଶୁ ପୁତ୍ର ଆହତ ହୋଇଛନ୍ତି।

ମୃତକ ହେଲେ କୁମାରକାନୀ ଗ୍ରାମର କଲେଶ୍ୱର ମାଝୀ(୩୦)। ମିଳିଥିବା ସୂଚନା ମୁତାବକ, କଲେଶ୍ୱର ନିଜ ଶ୍ୱଶୁର ଘର ଉପରଝାପି ଗ୍ରାମରୁ ଏକ ବାଇକ୍‌ (ନଂ.ଓଡ଼ି୦୮ଏଏ୧୫୧୩) ଯୋଗେ ସ୍ତ୍ରୀ ଜୟନ୍ତୀ ମାଝୀ ଓ ପୁଅ ଅମିତଙ୍କ ସହ ନିଜ ଗାଁକୁ ଫେରୁଥିଲେ।

ଅପରାହ୍ନରେ ଇନ୍ଦ୍ରାବତୀ ଲାଠିଆଗୁଡ଼ା ବୁଲାଣି ରାସ୍ତାରେ ବାଇକ୍‌ କୌଣସି କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ତିନିଜଣ ଯାକ ରାସ୍ତା ତଳକୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଥୁଆମୂଳ ରାମପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର କଲେଶ୍ୱରଙ୍କୁ ମୃତ ଘୋଷଣା କରିଥିବା ବେଳେ ଆହତ ସ୍ତ୍ରୀ ଓ ଶିଶୁ ପୁତ୍ରଙ୍କ ଚିକିତ୍ସା ଜାରି ରହିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ-…

ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ‘ମେଟଲ ମିଟ’: ଅଦ୍ୟାଶା ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ଓଡ଼ିଶାପୋଷ୍ଟ ଓ ଧରିତ୍ରୀର ସିଇଓ ଅଦ୍ୟାଶା ସତପଥୀ ପିଲାଙ୍କୁ ଉତ୍ସାହିତ କରି…

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri