ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏସ.କୁଣ୍ଡାମାଲ ଗ୍ରାମର ପ୍ରମୋଦ ଚନ୍ଦନ ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ କେନାଲରେ ଫିଙ୍ଗି ଦେଇଥିଲେ। ପରେ ସେ ଭାବୁକ ହୋଇ ବିଷ ପିଇଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ସେ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ଫିଙ୍ଗିଦେଇଥିବା ପ୍ରକାଶ କରିଥିଲେ। ଏ ନେଇ ସୂଚନା ପାଇବା ପରେ ଜୁନାଗଡ଼ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳକୁ ଯାଇ ଛାନଭିନ ଆରମ୍ଭ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତଦେହ ସେମାନେ ପାଇ ନ ଥିବା ଜଣାପଡିଛି।
Dharitri – Odisha’s No.1 Odia Daily

