ସ୍ତ୍ରୀଙ୍କ ଉପରେ ଟଳିପଡ଼ିଲେ ସ୍ବାମୀ: ବିଜେଡ଼ି ବ୍ଲକ ସଭାପତିଙ୍କ ପରଲୋକରେ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ବିଜେଡ଼ି ଦିଗପହଣ୍ଡି ବ୍ଲକ ସଭାପତି ତଥା ନିମଖଣ୍ଡିପେଣ୍ଠ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଭୂତି ଭୂଷଣ ମହାପାତ୍ର(୬୩)ଙ୍କ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି ଏନଏସି ୱାର୍ଡ ନଂ.୨ ବିଷ୍ଣୁପ୍ରିୟା ନଗରରେ ରହୁଥିବା ବିଭୂତି ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ରାତ୍ରି ଭୋଜନ ସାରି ସ୍ତ୍ରୀଙ୍କ ନିକଟରେ ସୋଫାରେ ବସିଥିବା ବେଳେ ଆକସ୍ମିକ ଅସୁସ୍ଥ ଅନୁଭବ କରିବାରୁ ସେ ଫାର୍ମାସିଷ୍ଟ ସିମାଞ୍ଚଳ ପଣ୍ଡାଙ୍କୁ ଫୋନ କରି ଡାକିବା ପରେ ସ୍ତ୍ରୀଙ୍କ ଉପରେ ଟଳି ପଡ଼ିଥିଲେ।
ବମକେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଭଗବାନ ବାଡତ୍ୟା ଏବଂ ଫାର୍ମାସିଷ୍ଟ ସିମାଞ୍ଚଳ ପଣ୍ଡା ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଅଚେତ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମରଶରୀରକୁ ପୈତୃକ ଗାଁ ପନାଡ଼ ଗ୍ରାମସ୍ଥିତ ବାସଭବନକୁ ବୁଧବାର ସକାଳେ ନିଆଯାଇଥିଲା। ସେଠାରେ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଓ ପଞ୍ଚାୟତ ଜନସାଧାରଣ ଶେଷ ଦର୍ଶନ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ସେ ପୂର୍ବତନ ବିଧାୟକ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ସମ୍ପର୍କୀୟ ଅଟନ୍ତି। ବିଭୂତି ୨୦୦୦ରୁ ୨୦୦୭ ଏବଂ ୨୦୧୭ ରୁ ୨୦୨୨ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୭ରୁ ୨୦୧୨ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ପଞ୍ଚାୟତ ଅଞ୍ଚଳର ବହୁ ଉନ୍ନୟନ ମୂଳକ କାର୍ଯ୍ୟ କରିଥିଲେ। ତାଙ୍କର ଏକମାତ୍ର କନ୍ୟା ଗଜପତି ଜିଲା ପାରଳାଖେମୁଣ୍ଡିର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ପାଠ ପଢୁଛନ୍ତି। ଜଣେ ବନ୍ଧୁ ବତ୍ସଳ, ମିଷ୍ଟଭାଷୀ ଓ ପରୋପକାରୀ ଭାବେ ସେ ସମଗ୍ର ଦିଗପହଣ୍ଡି ଅଞ୍ଚଳରେ ପରିଚିତ ଥିଲେ।
ତାଙ୍କ ପରଲୋକ ଖବର ପାଇ ବିଜେଡ଼ି ରାଜ୍ୟ ପରିଷଦ ସଦସ୍ୟ ବିପ୍ଳବ ପାତ୍ର, ବିଜେଡ଼ି ଗଞ୍ଜାମ ଜିଲା ସଭାପତି ବିକ୍ରମ କୁମାର ପଣ୍ଡା, ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ବ୍ରହ୍ମପୁର ଏମ.ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀ, ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାଉନସିଲର ଦୀପକ କୁମାର ମିଶ୍ର,ସୁଶାନ୍ତ କୁମାର ପାତ୍ର,ସରପଞ୍ଚ ସଂଘ ବ୍ଲକ ସଭାପତି ଫନେନ୍ଦ୍ର ଚନ୍ଦ୍ର ଗୋସ୍ବାମୀ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri