ବୋହୂ ହତ୍ୟା ମାମଲାରେ ଜେଲ ଗଲେ ସ୍ବାମୀ, ଶ୍ୱଶୁର 

ରୂପ୍‌ସା,୧୩।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ  ଅଧୀନ ଜହତା କୂଳ ଗ୍ରାମର ବିଜୟ ନାୟକଙ୍କ ସ୍ତ୍ରୀ ହରପ୍ରିୟା ନାୟକ(୨୨)ଙ୍କୁ ହତ୍ୟା ମାମଲାରେ ପୋଲିସ ଅଭିଯୁକ୍ତ ସ୍ବାମୀ ବିଜୟ ନାୟକ ଓ ଶ୍ୱଶୁର ଦାମୋଦର ନାୟକଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୮୦/୨୩) ରୁଜୁ କରି ଗିରଫ ସ୍ବାମୀ ଓ ଶ୍ୱଶୁରଙ୍କୁ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଗତ ୧୦ ତାରିଖ ରାତିରେ ବିଜୟଙ୍କ ଘରେ ସମସ୍ତେ ଖାଇ ସାରି ଶୋଇଥିଲେ। ୧୧ ତାରିଖ ଭୋର ସମୟରେ ହରପ୍ରିୟା ଘରେ ବେକରେ ଶାଢ଼ି ବାନ୍ଧି ଓହଲି ପଡ଼ିଥିବା ପରିବାର ଲୋକେ ଦେଖିଥିଲେ। ଖବର ପାଇ ମୃତ ମହିଳାଙ୍କ ବାପଘର ଓ ସମ୍ପର୍କୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ହରପ୍ରିୟାଙ୍କୁ  ସ୍ବାମୀ, ଶ୍ୱଶୁର, ଯାଆ ଓ ଦେଡ଼ଶୁର ମିଶି ହତ୍ୟା କରିଥିବା ନେଇ ତାଙ୍କ ଭାଇ କିଶୋର କୁମାର ମନ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଇଆଇସି ପ୍ରଫୁଲ୍ଲ ମଲ୍ଲିକ ଓ ଏଏସ୍‌ଆଇ ପୁମା ଦେଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲେ। ମାଜିଷ୍ଟ୍ରେଟ ଭାବେ ତହସିଲଦାରଙ୍କ ଉପସ୍ଥିତିରେ ମୃତଦେହ ପଞ୍ଚନାମା କରାଯାଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା।  ଉଲ୍ଲେଖଯୋଗ୍ୟ, ୨୦୧୮ରେ ଏହି ଥାନା ଅଧୀନ ଆଗୁରଗୋହିରା ଗ୍ରାମର ରାମଚନ୍ଦ୍ର ମନ୍ତ୍ରୀଙ୍କ ଏକ ମାତ୍ର କନ୍ୟା ହରପ୍ରିୟାଙ୍କ ସହ ବିଜୟଙ୍କ ବୈଦିକ ରୀତିରେ ବିବାହ ଅନୁଷ୍ଠିତ ହୋଇଥିଲା। ତାଙ୍କର ଜଣେ ୪ ବର୍ଷର ଶିଶୁ କନ୍ୟା ଅଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri