ବୋହୂ ହତ୍ୟା ମାମଲାରେ ଜେଲ ଗଲେ ସ୍ବାମୀ, ଶ୍ୱଶୁର 

ରୂପ୍‌ସା,୧୩।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ  ଅଧୀନ ଜହତା କୂଳ ଗ୍ରାମର ବିଜୟ ନାୟକଙ୍କ ସ୍ତ୍ରୀ ହରପ୍ରିୟା ନାୟକ(୨୨)ଙ୍କୁ ହତ୍ୟା ମାମଲାରେ ପୋଲିସ ଅଭିଯୁକ୍ତ ସ୍ବାମୀ ବିଜୟ ନାୟକ ଓ ଶ୍ୱଶୁର ଦାମୋଦର ନାୟକଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୮୦/୨୩) ରୁଜୁ କରି ଗିରଫ ସ୍ବାମୀ ଓ ଶ୍ୱଶୁରଙ୍କୁ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଗତ ୧୦ ତାରିଖ ରାତିରେ ବିଜୟଙ୍କ ଘରେ ସମସ୍ତେ ଖାଇ ସାରି ଶୋଇଥିଲେ। ୧୧ ତାରିଖ ଭୋର ସମୟରେ ହରପ୍ରିୟା ଘରେ ବେକରେ ଶାଢ଼ି ବାନ୍ଧି ଓହଲି ପଡ଼ିଥିବା ପରିବାର ଲୋକେ ଦେଖିଥିଲେ। ଖବର ପାଇ ମୃତ ମହିଳାଙ୍କ ବାପଘର ଓ ସମ୍ପର୍କୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ହରପ୍ରିୟାଙ୍କୁ  ସ୍ବାମୀ, ଶ୍ୱଶୁର, ଯାଆ ଓ ଦେଡ଼ଶୁର ମିଶି ହତ୍ୟା କରିଥିବା ନେଇ ତାଙ୍କ ଭାଇ କିଶୋର କୁମାର ମନ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଇଆଇସି ପ୍ରଫୁଲ୍ଲ ମଲ୍ଲିକ ଓ ଏଏସ୍‌ଆଇ ପୁମା ଦେଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲେ। ମାଜିଷ୍ଟ୍ରେଟ ଭାବେ ତହସିଲଦାରଙ୍କ ଉପସ୍ଥିତିରେ ମୃତଦେହ ପଞ୍ଚନାମା କରାଯାଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା।  ଉଲ୍ଲେଖଯୋଗ୍ୟ, ୨୦୧୮ରେ ଏହି ଥାନା ଅଧୀନ ଆଗୁରଗୋହିରା ଗ୍ରାମର ରାମଚନ୍ଦ୍ର ମନ୍ତ୍ରୀଙ୍କ ଏକ ମାତ୍ର କନ୍ୟା ହରପ୍ରିୟାଙ୍କ ସହ ବିଜୟଙ୍କ ବୈଦିକ ରୀତିରେ ବିବାହ ଅନୁଷ୍ଠିତ ହୋଇଥିଲା। ତାଙ୍କର ଜଣେ ୪ ବର୍ଷର ଶିଶୁ କନ୍ୟା ଅଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri