ଯୌତୁକ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨ା୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ଡଙ୍ଗାପଖାନ ଗ୍ରାମରେ ୨୦୧୪ରେ ହୋଇଥିବା ଯୌତୁକ ଜନିତ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାରେ ଭବାନୀପାଟଣା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଶୁଭଞ୍ଜନ ମହାନ୍ତି ଶୁଣାଣି କରି ଅଭିଯୁକ୍ତ ସ୍ବାମୀ ଦଧି ଜାଲ,ଶ୍ୱଶୁର ଝଜ ଜାଲ ଓ ନଣନ୍ଦ ଘନକେଶୀ ଜାଲଙ୍କୁ ୧୪ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ୩ ମାସ ଅଧିକ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି ରାୟରେ ଶୁଣାଇଛନ୍ତି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ତୁର୍କେଲ ଗ୍ରାମର ନରେନ୍ଦ୍ର ବାଗଙ୍କ ଝିଅ ଯଶୋବନ୍ତୀ ବାଗ କେଗାଁ ଥାନା ଡଙ୍ଗାପଖାନ ଗ୍ରାମର ଦଧି ଜାଲଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସୁନା ଚେନ୍‌ ଦେଇ ନ ଥିବାରୁ ଦଧିଙ୍କ ପରିବାର ଯଶୋବନ୍ତୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଥିଲା। ଯଶୋବନ୍ତୀ ବାଗ୍‌ଙ୍କ ଦ୍ୱିତୀୟ ସନ୍ତାନଙ୍କ ଏକୋଇଶିଆ ଦିନ ସୁନା ଚେନ୍‌ ଦେଇ ନ ଥିବା ଅଭିଯୋଗରେ ସ୍ବାମୀ ଦଧି (୨୯),ଶ୍ୱଶୁର ଝଜ (୫୪) ଓ ନଣନ୍ଦ ଘନକେଶୀ (୨୨) ମିଶି ତାଙ୍କୁ ହତ୍ୟା କରି ବେକରେ ଶାଢ଼ି ଦେଇ ଝୁଲାଇ ଦେଇଥିଲେ। ଏ ନେଇ ଯଶୋବନ୍ତୀଙ୍କ ନରେନ୍ଦ୍ର ବାଗ ବାପା କେଗାଁ ଥାନାରେ ଝିଅକୁ ହତ୍ୟା କରାଯାଇଥିବା ନେଇ ସେତେବେଳେ ଅଭିଯୋଗ କରିଥିଲେ। ପରେ ଏହି ଘଟଣାରେ ପୋଲିସ ତଦନ୍ତ କରି ବାପ,ପୁଅ ଓ ଝିଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri