ସ୍ତ୍ରୀଙ୍କ ନାଁରେ ପୁଅ ବିକ୍ରି ଅଭିଯୋଗ ଆଣିଲେ ସ୍ବାମୀ

ଟିଟିଲାଗଡ଼, ୨୭ା୭ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ପଦ୍ମନାଭପୁରର ଜଣେ ମହିଳା ନିଜ ଅଢ଼େଇ ବର୍ଷର ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁର ବାପା ଅକ୍ଷୟ ପଟେଲ ଗୁରୁବାର ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅକ୍ଷୟଙ୍କ ସ୍ତ୍ରୀ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଜଣେ ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କାରେ ପୁଅକୁ ବିକ୍ରି କରି ଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଖବର ପାଇ ଟିଟିଲାଗଡ଼ ନାରୀଶକ୍ତି ସଭାନେତ୍ରୀ ଅଞ୍ଜଳି ବେହେରା, ବିକାଶ ସେନା ସଭାପତି ଅମ୍ଳାନ ଷଡ଼ଙ୍ଗୀ ଥାନାରେ ପହଞ୍ଚି ଅଭିଯୋଗର ଉଚିତ ତଦନ୍ତ କରିବାକୁ ଦାବି କରିଛନ୍ତି।
ଅଭିଯୋଗରୁ ପ୍ରକାଶ ଯେ, ଟିଟିଲାଗଡ଼ ସହର ପଦ୍ମନାଭପୁରର ଅକ୍ଷୟ ୪ ବର୍ଷ ତଳେ କଳାହାଣ୍ଡିର ମାନସୀ ବାଗଙ୍କୁ ବିବାହ କରିଥିଲେ। ତାଙ୍କର ଏକ ପୁତ୍ର ଜନ୍ମ ହୋଇଥିଲା। କୌଣସି କାରଣରୁ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ କଳହ ଲାଗିବାରୁ କିଛିଦିନ ଉଭୟେ ଅଲଗା ରହୁଥିଲେ। ତେବେ ପୁଅ ଅକ୍ଷୟଙ୍କ ପାଖରେ ରହୁଥିଲା l ଦୁଇଦିନ ତଳେ ମାନସୀ ତାଙ୍କ ଘରକୁ ଆସି ପୁଅକୁ ବୁଲାଇ ନେବାକୁ କହି ସାଙ୍ଗରେ ନେଇଯାଇଥିଲେ। ଏହାପରେ ସେ ପୁଅକୁ ଆଉ ଆଣି ତାଙ୍କ ପାଖରେ ଛାଡି ନ ଥିଲେ। ପଚାରିଲେ କୌଣସି ଉତ୍ତର ନ ଦେବାରୁ ଅକ୍ଷୟଙ୍କ ସନ୍ଦେହ ହୋଇଥିଲା। ଖୋଳତାଡ଼ ପରେ ମାନସୀ ପୁଅକୁ ଲାଞ୍ଜିଗଡ଼ ଅଞ୍ଚଳର କପିଳ ବାଗ ନାମକ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରି ଦେଇଥିବା ଜଣାପଡିଥିଲା ବୋଲି ଅକ୍ଷୟ କହିଛନ୍ତି। ଅଭିଯୋଗ ଆଧାରରେ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଟିଟିଲାଗଡ଼ ଥାନା ଆଇଆଇସି ମନୋଜ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri