ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛରେ ରହୁଥିଲେ ସ୍ବାମୀ, ୩୨ ଦିନ ପରେ…

ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ମାଉ ଜିଲାର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛ ଉପରେ ରହୁଥିଲେ। ଦୀର୍ଘ ୩୨ ଦିନ ପରେ ରବିବାର ପ୍ରାୟ ୭୫ ଘଣ୍ଟାର ପରିଶ୍ରମ କରି ପୋଲିସ ତାଙ୍କୁ ତଳକୁ ଆଣିଛି। ବ୍ୟକ୍ତିଙ୍କୁ ତଳକୁ ଆଣିବାକୁ ପୋଲିସ ଟିମ୍‌କୁ ବହୁ କଷ୍ଟ କରିବାକୁ ପଡିଥିଲା। ପୋଲିସ ତିନି ଘଣ୍ଟା ଧରି ତାଳ ଗଛକୁ ଘେରି ରହିଥିଲେ। ଶେଷରେ ତଳେ ବିଛାଯାଇଥିବା ଏକ ଜାଲ ଉପରେ ବ୍ୟକ୍ତିଙ୍କୁ ଖସାଯାଇଥିଲା। ସେ ଓହ୍ଲାଇବା ମାତ୍ରେ ପୋଲିସ ତାଙ୍କୁ ନିଜ ଆୟତକୁ ନେଇ ଡାକ୍ତରୀ ପରୀକ୍ଷା ପାଇଁ ପଠାଇଥିଲା। ଏହାପୂର୍ବରୁ ଶନିବାର ପୋଲିସ ଟିମ ଦିନସାରା ସମ୍ପୃକ୍ତ ବ୍ୟକ୍ତିଙ୍କୁ ଓହ୍ଲାଇବାକୁ ଚେଷ୍ଟା କରିଥିଲା। ଆଠ ଘଣ୍ଟାର ପରିଶ୍ରମ ପରେ ମଧ୍ୟ ପୋଲିସ-ପ୍ରଶାସନ ସଫଳ ହୋଇପାରିଲା ନ ଥିଲା।
ସୂଚନାଯୋଗ୍ୟ, କୋପାଗଞ୍ଜ ପୋଲିସ ଷ୍ଟେଶନ ଅଞ୍ଚଳର ବସରାଥପୁରର ରାମପ୍ରବେଶ ରାମ (୪୨) ଶ୍ରମିକ ଭାବେ କାର୍ଯ୍ୟ କରନ୍ତି। ୩୨ ଦିନ ପୂର୍ବେ କିଛି ପ୍ରସଙ୍ଗରେ ସ୍ତ୍ରୀଙ୍କ ସହ ଝଗଡା ପରେ ସେ ପରିବାର ଛାଡି ତାଳ ଗଛ ଉପରେ ରହିବାକୁ ଲାଗିଲେ। ଖାଇବା, ପିଇବା ଏବଂ ଗାଧୋଇବା ମଧ୍ୟ ଗଛରେ ଉପରେ ହିଁ ସେ କରୁଥିଲେ। ତାଙ୍କୁ ବୁଝାଇବା ଏବଂ ଗଛରୁ ଓହ୍ଲାଇବା ପାଇଁ ପ୍ରତ୍ୟେକ ଦିନ ଚେଷ୍ଟା କରାଯାଉଥିଲା କିନ୍ତୁ କୌଣସି ସୁଫଳ ମିଳି ନ ଥିଲା। ସ୍ବାମୀ ଗଛରେ ରହୁଥିବାରୁ ସ୍ତ୍ରୀ ଘର ଚଳାଇବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଶେଷରେ ପୋଲିସର ସହାୟତା ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri