ପରକୀୟା ପ୍ରୀତିକୁ ସ୍ତ୍ରୀ ବିରୋଧ କରିବାରୁ ସ୍ବାମୀ ଦେଉଥିଲେ ନିର୍ଯାତନା: କୋର୍ଟ ଶୁଣାଇଲେ ଏମିତି ରାୟ

ମୋରଡା,୧୮।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫସି କୋର୍ଟରେ ଗୁରୁବାର ସ୍ତ୍ରୀଙ୍କୁ ମାରପିଟ ଏବଂ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଶ୍ରୁତି ପଟ୍ଟନାୟକ ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ପୀଡିତାଙ୍କୁ ୧୦ ହଜାର ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦଶ ଦେଇଛନ୍ତି। ଅନାଦେୟ ଅଧିକ ୪ ମାସ ଜେଲଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, ମୋରଡ଼ା ଥାନା ଅଧୀନ ସିନ୍ଦୁରଯୋଡ଼ା ଗ୍ରାମର କାଜଲ ମାର୍ଣ୍ଡି ଗ୍ରାମର ସନାତନ ମାର୍ଣ୍ଡିଙ୍କୁ ବିବାହ କରିଥିଲେ l ବିବାହର କିଛି ବର୍ଷ ପରେ ସନାତନ ଅନ୍ୟ ଜଣେ ମହିଳାଙ୍କ ସହିତ ସମ୍ପର୍କ ରଖିଥିଲେ।

ପରେ ସନାତନ ଚକୁଳିଆ ଗ୍ରାମର ଜଣେ ମନାମକ ଝିଅଙ୍କୁ ଦ୍ୱିତୀୟ ବିବାହ କରି ଘରକୁ ଆଣିଥିଲେ l କାଜଲ ଏହାକୁ ବିରୋଧ କରିବାରୁ ସନାତନ ତାଙ୍କୁ ମାର୍‌ପିଟ କରିଥିଲେ। ଏନେଇ କାଜଲ ପୋଲିସକୁ ଜଣାଇଥିଲେ। ହେଲେ ଗ୍ରାମର କିଛି ଭଦ୍ର ଲୋକଙ୍କ ଉପସ୍ଥିତିରେ ଘଟଣାର ସମାଧାନ ହୋଇଥିଲା l

କିନ୍ତୁ କିଛି ଦିନ ପରେ ସନାତନ ପୁଣି କାଜଲଙ୍କୁ ମାର୍‌ପିଟ କରିବା ଆରମ୍ଭ କରିଥିଲେ। ଦିନେ କାଜଲଙ୍କୁ ଜୀବନରୁ ମାରିଦେବାର ଧମକ ଦେଇଥିଲେ । ଏସବୁ ଘଟଣାରେ ସନାତନଙ୍କ ଦ୍ୱିତୀୟ ସ୍ତ୍ରୀ ସମ୍ପୃକ୍ତି ମନେଇ କାଜଲ ସନ୍ଦେହ କରିଥିଲେ।

ଦିନେ କାଜଲଙ୍କୁ ସନାତନ ମାଡ଼ ମାରୁଥିବା ସମୟରେ ଗ୍ରାମବାସୀ ଭୀମ ମୁର୍ମୁ, ଗୋବିନ୍ଦ ମୁର୍ମୁ ଦେଖି ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ମୋରଡା ଥାନାରେ ଏକ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୭୨/୦୭) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ସ୍ବାମୀ ସନାତନଙ୍କୁ ଗିରଫ କରିଥିଲା। ପରେ ମାମଲା କୋର୍ଟକୁ ଯାଇଥିଲା। ସମସ୍ତ ସାକ୍ଷ ପ୍ରମାଣକୁ ଭିତ୍ତି କରି ବିଚାରପିତି ଅଭିଯୁକ୍ତଙ୍କୁ ଏହି ଦଣ୍ଡଦେଶ ଶୁଣାଇଛନ୍ତି। ଏପିପି ସମ୍ବିତ ଦାଶ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri