ସ୍ବାମୀଙ୍କ ଅନ୍ୟ ମହିଳାଙ୍କ ସହ ଥିଲା ସମ୍ପର୍କ: ବିରୋଧ କରିବାରୁ…

ଯାଜପୁର ରୋଡ୍‌,୨୧ା୮(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁରରୋଡ୍‌ ଥାନା ବ୍ୟାସନଗର ପୌର ପରିଷଦ ୯ନଂ.ୱାର୍ଡର କୋର୍ଟ ପଛପଟ ବିନାୟକ ବିହାର ମହରମ ଛଇ ବସ୍ତିରେ ଗୁରୁବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ପଥର ଚଟାଣରେ କଚାଡ଼ି ହତ୍ୟା କରିଛନ୍ତି। ମୃତା ମହିଳା ହେଲେ କିଷାନ ଦାସଙ୍କ ସ୍ତ୍ରୀ ଲକ୍ଷ୍ମୀ ଦାସ(୩୦)। ଲକ୍ଷ୍ମୀ ତାଙ୍କ ସ୍ବାମୀଙ୍କ ଅନ୍ୟ ସ୍ତ୍ରୀ ସହ ସମ୍ପର୍କକୁ ବିରୋଧ କରିବାରୁ ଏହି ଘଟଣା ଘଟିଛି। ତେବେ ଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଥିବା ଜାଣିବା ପରେ କିଷାନ ତାଙ୍କୁ ଏକ ଲୁଗାରେ ଘରେ ଟାଙ୍ଗୀ ଆତ୍ମହତ୍ୟାର ରୂପଦେବାକୁ ଚେଷ୍ଟା କରିଛନ୍ତି। ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏଥିସହିତ କିଷାନଙ୍କୁ ଅଟକ ରଖି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଚଳାଇଛି। ଶୁକ୍ରବାର ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଥାନାଧିକାରୀ ଆଶିଷ ସାହୁ କହିଛନ୍ତି।
ମହିଳାଙ୍କ ମୃତ୍ୟୁ ସମ୍ପର୍କରେ ସ୍ଥାନୀୟ କାଉନସିଲର ମଣିନ୍ଦ୍ର ସାହୁଙ୍କୁ କିଷାନଙ୍କ ପଡ଼ୋଶୀ ଖବର ଦେଇଥିଲେ। କାଉନସିଲର ସାହୁ ଯାଜପୁରରୋଡ୍‌ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରିଥିଲା। ଏହାପରେ ତାଙ୍କ ସ୍ବାମୀ କିଷାନଙ୍କୁ ଘଟଣା ସମ୍ପର୍କରେ ପଚାରିଥିଲା। କିଷାନ କହିଥିଲେ, ଉଭୟଙ୍କ ମଧ୍ୟରେ ବଚସା ହେବାରୁ ଲକ୍ଷ୍ମୀ ରାଗିଯାଇ ରାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ହେଲେ ତାଙ୍କ ପଡ଼ୋଶୀମାନେ କହିଥିଲେ, କିଷାନଙ୍କ ଅନ୍ୟ ସ୍ତ୍ରୀ ଲୋକଙ୍କ ସହ ସମ୍ପର୍କ ରହିଛି। ଏହାକୁ ନେଇ ଦମ୍ପତିଙ୍କ ମଧ୍ୟରେ ମାରପିଟ ଲାଗି ରହିଥିଲା। ସକାଳେ ମଧ୍ୟ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଏଥିରେ କିଷାନ ଉତ୍‌କ୍ଷିପ୍ତ ହୋଇ ଲକ୍ଷ୍ମୀଙ୍କୁ ଟେକିଆଣି ଘର ସମ୍ମୁଖରେ ଥିବା ଏକ ମାଙ୍କଡ଼ା ପଥର ଉପରେ କଚାଡ଼ି ଦେଇଥିଲା। ଫଳରେ ଲକ୍ଷ୍ମୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିତ୍ଲା। ଅନ୍ୟପକ୍ଷରେ ଲକ୍ଷ୍ମୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ମାଉସୀ ନାଗୁ ଦାସ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ନଂ.୪୮୯/୨୫ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?