Posted inଫୁରସତ

ସିନେମା ପରି କାହାଣୀ: ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବିବାହ କରାଇଦେଲେ ସ୍ବାମୀ

ଛାପ୍ରା: ଚଳଚ୍ଚିତ୍ର ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’ର କାହାଣୀକୁ ଥରେ ମନେ ପକାନ୍ତୁ। ନାୟକ ଅଜୟ ଦେବଗନ ଏଥିରେ ସ୍ତ୍ରୀ ଐଶ୍ୱର୍ଯ୍ୟାଙ୍କୁ ତାଙ୍କ ପ୍ରେମିକ(ସଲମାନ୍‌ ଖାନ୍‌)ଙ୍କ ସହ ମିଶାଇବାକୁ ଯଥା ସମ୍ଭବ ଚେଷ୍ଟା କରିଥିଲେ। ଠିକ୍‌ ଏଭଳି ସାମଞ୍ଜସ୍ୟ ଥିବା ଏକ କାହାଣୀ ବିହାରର ଛାପ୍ରାରେ ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ନିଜର ସ୍ତ୍ରୀଙ୍କ ବିବାହ ତାଙ୍କ ପ୍ରେମିକଙ୍କ ସହ କରାଇଦେଇଛନ୍ତି। ଘଟଣାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଘଟଣାଟି ଏପରି। ଛାପ୍ରାର ଓ୍ବାର୍ଡ ନଂ ୪୫ରେ ଘେଘଟା ଗାଁର ଜଣେ ବିବାହିତା ଅନ୍ୟ ଜଣେ ବ୍ୟକ୍ତିଙ୍କ ପ୍ରେମରେ ପଡ଼ିଥିଲେ। ଏହାପରେ ସ୍ବାମୀଙ୍କ ସହ ତାଙ୍କର ସମ୍ପର୍କ ଠିକ୍‌ ଚାଲି ନ ଥିଲା। ସ୍ତ୍ରୀ ପ୍ରେମରେ ପଡ଼ିଥିବା ଜାଣିବା ପରେ ସ୍ବାମୀ ବୁଝାଇବାକୁ ଚେଷ୍ଟା କରିଥିଲେ। ଶେଷରେ ତାହା ଅସଫଳ ମନେ ହେବା ପରେ ସ୍ବାମୀ ତାଙ୍କ ବିବାହ ପ୍ରେମିକଙ୍କ ସହ କରାଇଦେଇଛନ୍ତି। ମହିଳାଜଣଙ୍କ ପ୍ରଥମେ ମଧ୍ୟ ପ୍ରେମ ବିବାହ କରିଥିବା ବେଳେ ପୁଣିଥରେ ପ୍ରେମରେ ପଡ଼ିବାକୁ ନେଇ ନାନାଦି ଚର୍ଚ୍ଚା ହେଉଛି।

ଅପରପକ୍ଷେ ମହିଳାଜଣଙ୍କ ସ୍ବାମୀ ମାର୍‌ପିଟ କରୁଥିବା ଅଭିଯୋଗ ଆଣିଛନ୍ତି। ଏଥିପାଇଁ ସେ ପୁଣିଥରେ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିଜ ଇଚ୍ଛାରେ ସେ ଏହି ବିବାହ କରିଛନ୍ତି। ଆଗାମୀ ଦିନରେ ନିଜ ଝିଅଙ୍କୁ ଠିକ୍‌ ଭାବେ ଲାଳନପାଳନ କରିପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri