ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ। ବାପାଙ୍କ ଏଭଳି ଜଘନ୍ୟ କାମକୁ ୪ ବର୍ଷର ପୁଅ ସହି ନ ପାରି ପଡୋଶୀଙ୍କ ନିକଟରେ ହତ୍ୟା ଘଟଣାର ଗୁମର ଖୋଲିଛି l
ଏଭଳି ଚାଞ୍ଚଲ୍ୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ରାଇଘର ଥାନା କୋଷକଙ୍ଗା ପଞ୍ଚାୟତ ବୋରଗାଁରେ। ଗ୍ରାମବାସୀ ଏ ସମ୍ପର୍କରେ ପୋଲିସକୁ ଖବର ଦେବାରୁ ରବିବାର ବିଳମ୍ବିତ ରାତିରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପାଇଖାନା ଟାଙ୍କିରୁ ମହିଳାଙ୍କ ମୃତଦେହ ଜବତ କରିଛି। ହତ୍ୟାକାରୀ ସୁବାସ ଗଣ୍ଡଙ୍କୁ ପୋଲିସ ଗିରଫ କରି ତଦନ୍ତ କରୁଥିବା ଜଣାପଡିଛି ।
ସୂଚନା ଅନୁଯାୟୀ, ବୋରଗାଁ ଗ୍ରାମର ସୁବାଷ ଗଣ୍ଡ, ସ୍ତ୍ରୀ ମନେଇ ଗଣ୍ଡ ଓ ପରିବାର ସଦସ୍ୟ ଶନିବାର ଏକ ବାହାଘରକୁ ବୁଲିବାକୁ ଯାଇଥିଲେ । ସେହିଦିନ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ସମସ୍ତେ ଘରକୁ ଫେରିଥିଲେ। କୌଣସି ଏକ କଥାକୁ ନେଇ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପିଲାଙ୍କ ସମ୍ମୁଖରେ ସ୍ବାମୀ ସୁବାଷ ସ୍ତ୍ରୀ ମନେଇଙ୍କୁ ପିଟି ପିଟି ମାରି ଦେଇଥିଲେ। ସ୍ତ୍ରୀ ମନେଇ ମରିଯିବା ଜାଣିବା ପରେ ତାଙ୍କ ମୃତଦେହ ଘରେ ଲୁଚାଇ ରଖିଥିଲେ। ଶନିବାର ମଧ୍ୟରାତ୍ରି ପ୍ରାୟ ୧୨ ଟାରେ ସମସ୍ତେ ଶୋଇଯିବା ପରେ ପାଇଖାନା ଟାଙ୍କିରେ ନେଇ ପକେଇ ଦେଇଥିଲେ। ରବିବାର ସକାଳୁ ସ୍ତ୍ରୀ କେଉଁଆଡେ ଚାଲି ଯାଇଥିବା ସୁବାଷ ଗ୍ରାମବାସୀଙ୍କ ସମ୍ମୁଖରେ କହିଥିଲେ । ତେବେ ସୁବାଷଙ୍କ ୪ ବର୍ଷର ସାନପୁଅ ଗ୍ରାମବାସୀଙ୍କ ସମ୍ମୁଖରେ ସବୁ ସତ କଥା କହିଦେଇଥିଲା। ବାପା କିପରି ତାଙ୍କ ମା’ଙ୍କୁ ପିଟି ପଯିଟି ମାରିଲେ ଏବଂ ସେ ମରିଗଲା ପରେ ରାତିରେ ତାଙ୍କ ଶବକୁ ପାଇଖାନା ଟାଙ୍କିରେ ଲୁଚାଇ ରଖିଥିବା ସାନପୁର ଗଆମବାସୀଙ୍କ ଆଗରେ କହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri