ସ୍ବାମୀଙ୍କୁ ୪ବର୍ଷ ଜେଲ, ୪ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୮ା୩: ଗଞ୍ଜାମ ଜିଲା ଦୌରା ଜଜ ସୋମବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଅଦୀପ ଚନ୍ଦ୍ର ନାୟକ। ଜିଲା ଜଜ ଅଦିପଙ୍କୁ ୪ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦାୟେ ଅତିରିକ୍ତ ୬ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି ଜିଲା ଜଜଙ୍କ ନିର୍ଦ୍ଦେଶ ରହିଛି। ସେହିପରି ଏହି ମାମଲାରେ ଜଡିତ ଥିବା ଅଦୀପଙ୍କ ମା’ ପୂର୍ଣ୍ଣା ନାୟକ, ଭାଉଜ ମିତା ନାୟକ, ଭଉଣୀ ଅଞ୍ଜଳି ନାୟକ ଓ ବଡ ଭାଇ ଅନ୍ତର୍ଯ୍ୟାମୀ ନାୟକଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। କୋର୍ଟରେ ଉକ୍ତ ମାମଲାର ବିଚାର ଚାଲିଥିବା ବେଳେ ଅନ୍ତର୍ଯ୍ୟାମୀଙ୍କ ମୃତ୍ୟୁ ଘଟିଥିଲା। ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦନଗରର କୃଷ୍ଣଚନ୍ଦ୍ର ମଲାଣଙ୍କ ଝିଅ ସ୍ବପ୍ନାଙ୍କୁ ରଘୁନାଥପୁରର ଅଦୀପ ୨୦୦୯ ଜୁନ ୨୬ରେ ବିବାହ କରିଥିଲେ। ବିବାହ ବେଳେ ଯୌତୁକ ବାବଦକୁ ଲକ୍ଷାଧିକ ଟଙ୍କା, ସୁନା ଗହଣା ଓ ଘରକରଣା ସାମଗ୍ରୀ ଦିଆଯାଇଥିଲା। ବିବାହର ୩ମାସ ପରେ ଅର୍ଥାତ ୨୦୦୯ ଅକ୍ଟୋବର ୭ରେ ସ୍ବପ୍ନାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବପ୍ନା ଗର୍ଭବତୀ ଥିବା ବେଳେ ତାଙ୍କ ଶଶୁର ଘର ଲୋକ ଅଧିକ ଯୌତୁକ ଦାବି କରି ତାଙ୍କୁ ହତ୍ୟା କରିଥିଲେ ବୋଲି ଭାଇ ଗଣେଶ ମଲାଣ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.ରେ ୧୦୬/୦୯ ରେ ଅଦିପ, ପୂର୍ଣ୍ଣା, ଅନ୍ତର୍ଯ୍ୟାମୀ, ମିତା ଓ ଅଞ୍ଜଳିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲା। ଅଭିଯୁକ୍ତମାନେ ଜାମିନରେ ଆସିଥିଲେ। ପରେ ଅଦୀପ ଦ୍ୱିତୀୟ ବିବାହ କରିଥିଲେ। ପୋଲିସ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲା। ୧୦ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସୋମବାର ରାୟ ପ୍ରକାଶ ବେଳେ ଅଦୀପ, ପୂର୍ଣ୍ଣା, ମିତା ଓ ଅଞ୍ଜଳିଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜଜ ଅଦୀପଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri