ସ୍ବାମୀଙ୍କୁ ୪ବର୍ଷ ଜେଲ, ୪ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୮ା୩: ଗଞ୍ଜାମ ଜିଲା ଦୌରା ଜଜ ସୋମବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଅଦୀପ ଚନ୍ଦ୍ର ନାୟକ। ଜିଲା ଜଜ ଅଦିପଙ୍କୁ ୪ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦାୟେ ଅତିରିକ୍ତ ୬ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି ଜିଲା ଜଜଙ୍କ ନିର୍ଦ୍ଦେଶ ରହିଛି। ସେହିପରି ଏହି ମାମଲାରେ ଜଡିତ ଥିବା ଅଦୀପଙ୍କ ମା’ ପୂର୍ଣ୍ଣା ନାୟକ, ଭାଉଜ ମିତା ନାୟକ, ଭଉଣୀ ଅଞ୍ଜଳି ନାୟକ ଓ ବଡ ଭାଇ ଅନ୍ତର୍ଯ୍ୟାମୀ ନାୟକଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। କୋର୍ଟରେ ଉକ୍ତ ମାମଲାର ବିଚାର ଚାଲିଥିବା ବେଳେ ଅନ୍ତର୍ଯ୍ୟାମୀଙ୍କ ମୃତ୍ୟୁ ଘଟିଥିଲା। ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦନଗରର କୃଷ୍ଣଚନ୍ଦ୍ର ମଲାଣଙ୍କ ଝିଅ ସ୍ବପ୍ନାଙ୍କୁ ରଘୁନାଥପୁରର ଅଦୀପ ୨୦୦୯ ଜୁନ ୨୬ରେ ବିବାହ କରିଥିଲେ। ବିବାହ ବେଳେ ଯୌତୁକ ବାବଦକୁ ଲକ୍ଷାଧିକ ଟଙ୍କା, ସୁନା ଗହଣା ଓ ଘରକରଣା ସାମଗ୍ରୀ ଦିଆଯାଇଥିଲା। ବିବାହର ୩ମାସ ପରେ ଅର୍ଥାତ ୨୦୦୯ ଅକ୍ଟୋବର ୭ରେ ସ୍ବପ୍ନାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବପ୍ନା ଗର୍ଭବତୀ ଥିବା ବେଳେ ତାଙ୍କ ଶଶୁର ଘର ଲୋକ ଅଧିକ ଯୌତୁକ ଦାବି କରି ତାଙ୍କୁ ହତ୍ୟା କରିଥିଲେ ବୋଲି ଭାଇ ଗଣେଶ ମଲାଣ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.ରେ ୧୦୬/୦୯ ରେ ଅଦିପ, ପୂର୍ଣ୍ଣା, ଅନ୍ତର୍ଯ୍ୟାମୀ, ମିତା ଓ ଅଞ୍ଜଳିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲା। ଅଭିଯୁକ୍ତମାନେ ଜାମିନରେ ଆସିଥିଲେ। ପରେ ଅଦୀପ ଦ୍ୱିତୀୟ ବିବାହ କରିଥିଲେ। ପୋଲିସ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲା। ୧୦ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସୋମବାର ରାୟ ପ୍ରକାଶ ବେଳେ ଅଦୀପ, ପୂର୍ଣ୍ଣା, ମିତା ଓ ଅଞ୍ଜଳିଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜଜ ଅଦୀପଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri