ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଢେଙ୍କାନାଳ ଅଞ୍ଚଳର ସିଲୁ ମେହେର (୩୨)। ମୃତକଙ୍କ ଭାଇ ଦିଲ୍ଲୀପଙ୍କ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ପୋଲିସ ନଂ. ୩୧୮/୨୦ରେ ହତ୍ୟା ମାମଲା ରୁଜୁ କରିଛି। ଅଭିଯୁକ୍ତ ମହିଳା ଏବଂ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।
ଅଭିଯୋଗ ଅନୁଯାୟୀ, ସିଲୁଙ୍କ ବିବାହ ୧୦ ବର୍ଷ ତଳେ ସମ୍ପୃକ୍ତ ମହିଳାଙ୍କ ସହ ହୋଇଥିଲା। ସେମାନଙ୍କ ୩ ସନ୍ତାନ ଅଛନ୍ତି। ଉଭୟଙ୍କ ଦାମ୍ପତ୍ୟ ଜୀବନ ଖୁସିରେ ଚାଲିଥିଲା। ତେବେ ୬ ମାସ ତଳେ ଏକ ଚୋରି ଘଟଣାରେ ସମ୍ପୃକ୍ତ ଥିବାରୁ ସିଲୁ ଫେରାର ହୋଇଯାଇଥିଲେ। ଏହି ସମୟରେ ମହିଳାଙ୍କ ସହ ଢେଙ୍କାନାଳର ଅନ୍ୟ ଜଣେ ଯୁବକଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୪ଦିନ ତଳେ ଦୁହେଁ ଢେଙ୍କାନାଳରୁ ବୁଗୁଡ଼ା ଚାଲି ଆସିଥିଲେ। ସୂଚନା ପାଇ ସିଲୁ ଗୁରୁବାର ରାତିରେ ବୁଗୁଡ଼ାରେ ପହଞ୍ଚତ୍ଥିଲେ। ସେଠାରେ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକଙ୍କୁ ଦେଖି ଗାଳିଗୁଲଜ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଏବଂ ପ୍ରେମିକ ମିଶି ଏକ ଗାମୁଛାରେ ସିଲୁଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲେ। ମୃତଦେହକୁ ବୁଗୁଡ଼ା ସହର ଉପକଣ୍ଠ ମାଳିଝୋଳା ମନ୍ଦିର ନିକଟରେ ଫୋପାଡ଼ି ଦେଇଥିଲେ। ଏହା ଦେଖି ସାହିବାସୀ ପୋଲିସକୁ ଖବର ଦେଇଥିଲେ। ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ପହଞ୍ଚତ୍ ମୃତଦେହକୁ ଉଦ୍ଧାର କରି ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଶୁକ୍ରବାର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲ ପଠାଯାଇଛି।
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
Archives

