ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଢେଙ୍କାନାଳ ଅଞ୍ଚଳର ସିଲୁ ମେହେର (୩୨)। ମୃତକଙ୍କ ଭାଇ ଦିଲ୍ଲୀପଙ୍କ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ପୋଲିସ ନଂ. ୩୧୮/୨୦ରେ ହତ୍ୟା ମାମଲା ରୁଜୁ କରିଛି। ଅଭିଯୁକ୍ତ ମହିଳା ଏବଂ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।
ଅଭିଯୋଗ ଅନୁଯାୟୀ, ସିଲୁଙ୍କ ବିବାହ ୧୦ ବର୍ଷ ତଳେ ସମ୍ପୃକ୍ତ ମହିଳାଙ୍କ ସହ ହୋଇଥିଲା। ସେମାନଙ୍କ ୩ ସନ୍ତାନ ଅଛନ୍ତି। ଉଭୟଙ୍କ ଦାମ୍ପତ୍ୟ ଜୀବନ ଖୁସିରେ ଚାଲିଥିଲା। ତେବେ ୬ ମାସ ତଳେ ଏକ ଚୋରି ଘଟଣାରେ ସମ୍ପୃକ୍ତ ଥିବାରୁ ସିଲୁ ଫେରାର ହୋଇଯାଇଥିଲେ। ଏହି ସମୟରେ ମହିଳାଙ୍କ ସହ ଢେଙ୍କାନାଳର ଅନ୍ୟ ଜଣେ ଯୁବକଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୪ଦିନ ତଳେ ଦୁହେଁ ଢେଙ୍କାନାଳରୁ ବୁଗୁଡ଼ା ଚାଲି ଆସିଥିଲେ। ସୂଚନା ପାଇ ସିଲୁ ଗୁରୁବାର ରାତିରେ ବୁଗୁଡ଼ାରେ ପହଞ୍ଚତ୍ଥିଲେ। ସେଠାରେ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକଙ୍କୁ ଦେଖି ଗାଳିଗୁଲଜ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଏବଂ ପ୍ରେମିକ ମିଶି ଏକ ଗାମୁଛାରେ ସିଲୁଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲେ। ମୃତଦେହକୁ ବୁଗୁଡ଼ା ସହର ଉପକଣ୍ଠ ମାଳିଝୋଳା ମନ୍ଦିର ନିକଟରେ ଫୋପାଡ଼ି ଦେଇଥିଲେ। ଏହା ଦେଖି ସାହିବାସୀ ପୋଲିସକୁ ଖବର ଦେଇଥିଲେ। ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ପହଞ୍ଚତ୍ ମୃତଦେହକୁ ଉଦ୍ଧାର କରି ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଶୁକ୍ରବାର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri