୫ବର୍ଷ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା: ଜଙ୍ଗଲକୁ ନେଇ ହତ୍ୟା କରିଥିଲେ ସ୍ବାମୀ

ଭଞ୍ଜନଗର,୨୯।୮(ଡି.ଏନ.ଏ)- ଗଞ୍ଜାମ ଜିଲା ତାରସିଂ ଥାନା ଝାଲିଆଗୋଚ୍ଛା ଗ୍ରାମରେ ୨୦୧୫ରେ ଘଟିଥିବା ଏକ ଅପମୃତ୍ୟୁ ମାମଲା ୫ବର୍ଷ ପରେ ହତ୍ୟା ମାମଲାରେ ପରିଣତ ହୋଇଛି। ଅଭିଯୁକ୍ତ ସ୍ବାମୀ ରାଜୁ ନାଇକ ସ୍ତ୍ରୀ ମାଧୁରି ନାଇକଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ଶନିବାର ସ୍ବୀକାର କରିଛି। ଫଳରେ ହତ୍ୟା ଅଭିଯୋଗରେ ରାଜୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।
ପ୍ରକାଶ ଯେ, ରାଜୁ ପ୍ରଥମ ସ୍ତ୍ରୀଙ୍କୁ ଛାଡି ଦେଇଥିଲେ। ତାଙ୍କର ୨ ପୁଅ ଥିଲା। ୨୦୧୨ରେ ରୁଢ଼ାପଦରର ମାଧୁରିଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ମାଧୁରି ମଧ୍ୟ ପ୍ରଥମ ସ୍ବାମୀଙ୍କୁ ଛାଡି ରାଜୁଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ବିବାହର କିଛି ମାସ ପରେ ରାଜୁ ମାଧୁରିର ଚରିତ୍ରକୁ ସନ୍ଦେହ କରି ବିଭିନ୍ନ ସମୟରେ ପାଟିତୁଣ୍ଡ କରୁଥିଲେ। ଏହାପରେ ତାଙ୍କୁ ହତ୍ୟା ପାଇଁ ଯୋଜନା କରିଥିଲେ। ୨୦୧୫ ଫେବୃୟାରୀ ୫ରେ ରାଜୁ ଓ ମାଧୁରି ମିଶି ଗ୍ରାମ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ। ପୂର୍ବ ଯୋଜନା ପ୍ରକାରେ ମାଧୁରିଙ୍କୁ ଜଙ୍ଗଲରେ ରାଜୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ପରେ ଚେନ୍ନାଇ ଚାଲିଯାଇଥିଲେ। ଉଭୟଙ୍କ ନିଖୋଜ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨/୧୫ରେ ପ୍ରଥମେ ଏକ ନିଖୋଜ ମାମଲା କରିଥିଲା। ଘଟଣାର ୪୦ଦିନ ପରେ ଜଙ୍ଗଲରୁ ମାଧୁରିଙ୍କ କଙ୍ଗାଳ ମିଳିଥିଲା। ଫଳରେ ପୋଲିସ ନଂ.୪/୧୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଏହାପରେ ରାଜୁ ଉପରେ ପୋଲିସର ସନ୍ଦେହ ହୋଇଥିଲା। କିନ୍ତୁ ତାର ପତ୍ତା ମିଳି ନ ଥିଲା। ଇତିମଧ୍ୟରେ ରାଜୁ ଚେନ୍ନାଇରୁ ଗ୍ରାମକୁ ଫେରିଥିଲେ। ସୂଚନା ପାଇ ପୋଲିସ ଥାନାକୁ ନେଇ ପଚରାଉଚରା ପରେ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛି ବୋଲି ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ ସୂଚନା ଦେଇଛନ୍ତି। ନଂ.୧୭୯/୨୦ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri