ସ୍ତ୍ରୀଙ୍କୁ ହତ୍ୟା କରି ନିଜ ହାତ, ଗୋଡ଼ ହାଣିଦେଲେ ସ୍ବାମୀ

ଦିଗପହଣ୍ଡି,୯ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ ହିରଣ୍ୟ ସେଠୀ ସ୍ତ୍ରୀ ଝୁନୁଙ୍କୁ କାତିରେ ହାଣି ହତ୍ୟା କରିବା ପରେ ନିଜ ହାତ ଓ ଗୋଡ଼କୁ ହାଣି ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତ ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବୁଧବାର ମୃତ ଝୁନୁଙ୍କ ଭାଇ ରାଜେନ୍ଦ୍ର ସେଠୀଙ୍କ ଏତଲାକ୍ରମେ ଦିଗପହଣ୍ଡି ପୋଲିସ ନଂ. ୬୧/୨୨ରେ ମାମଲା ରୁଜୁ କରିଛି।

ପ୍ରକାଶ ଯେ. ହିରଣ୍ୟ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁର ନାରାୟଣ ସେଠୀଙ୍କ ଝିଅ ଝୁନୁଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ଅଧିକ ଯୌତୁକ ପାଇଁ ଝୁନୁଙ୍କୁ ସବୁବେଳେ ମାରପିଟ କରୁଥିଲେ। ତେଣୁ ଝୁନୁ ତାଙ୍କ ବାପଘରେ ରହୁଥିଲେ। ଏନେଇ ଗାଁର ଏକ ସଭାରେ ସମାଧାନ ହେବାରୁ ଝୁନୁ ସ୍ବାମୀଙ୍କ ସହ ରହୁଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ହେଲେ ମଙ୍ଗଳବାର ସନ୍ଧ୍ୟାରେ ପୁଣି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ହିରଣ୍ୟ ରାଗିଯାଇ ଶୋଇଥିବା ଅବସ୍ଥାରେ ଝୁନୁଙ୍କ ଶରୀରର ବିଭିନ୍ନ ଅଂଶକୁ କାତିରେ ହାଣିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ହିରଣ୍ୟ ନିଜେ ଗୋଡ଼, ହାତକୁ ହାଣି ଦେଇଥିଲେ। ଖବର ପାଇ ଚିକିଟି ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତ୍ରା, ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ସବିଶେଷ ତଦନ୍ତ କରିଥିଲେ। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ କାତି ଜବତ କରିଛି। ବ୍ରହ୍ମପୁର ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଚିକିତ୍ସା ପରେ ହିରଣ୍ୟଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ବଳଭଦ୍ର ଗଣ୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri