ପରକୀୟା ପ୍ରୀତିକୁ ସନ୍ଦେହ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଦେଗଗଡ଼/ରିଆମାଳ,୨ା୧୧(ଡି.ଏନ୍‌.ଏ.): କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୋଟାବାରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରି ଏକ ଠେଙ୍ଗାରେ ପିଟିବା ସହିତ ପଥରରେ ଛେଚି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ମୃତ ମହିଳା ଜଣକ ହେଲେ ତୋଟାବାରୀ ଗ୍ରାମର ବାଳକୃଷ୍ଣ ନାଏକ ସ୍ତ୍ରୀ ମିନତୀ।

ଘଟଣାରୁ ପ୍ରକାଶ, ତୋଟାବାରୀ ଗ୍ରାମର ବାଳକୃଷ୍ଣ ନାଏକ ବୈଦିକ ରୀତିରେ ୬ବର୍ଷ ତଳେ ଛେଣ୍ତିପଦା ଥାନା ଖଇରବେରେଣି ଗ୍ରାମର ମିନତୀ ନାଏକଙ୍କୁ ବିବାହ କରିଥିଲେ। ବିବାହର କିଛି ବର୍ଷ ପରେ ବାଳକୃଷ୍ଣ ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ କିଛିଦିନ ହେବ ଝଗଡ଼ା କରୁଥିଲେ। ମଙ୍ଗଳବାର ଅପରାହ୍ନରେ ସ୍ତ୍ରୀଙ୍କୁ ପାଖ ଗ୍ରାମକୁ ଯିବା କହି ମୋଟର ସାଇକେଲରେ ଦୁଇ ଶିଶୁ କନ୍ୟାକୁ ନେଇ ଯାଉଥିବା ବେଳେ ନିଛାଟିଆ ସ୍ଥାନରେ ମୋଟରସାଇକେଲ ରଖିଥିଲେ। ସେଠାରେ ପୂର୍ବ ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାଳକୃଷ୍ଣ ଏକ ବାଡ଼ିରେ ନିର୍ଧୂମ ମାଡ଼ ମାରିବା ସହ ଏକ ପଥରରେ ଛେଚି ମିନତୀଙ୍କୁ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଫେରାର ପରେ ବାଳକୃଷ୍ଣ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଫୋନରେ ସ୍ତ୍ରୀକୁ ହତ୍ୟା କରିଥିବା ଜଣାଇଥିଲା । ତେବେ ମିନତୀଙ୍କ ଶାଶୁଘରଠାରୁ ଖବର ପାଇ ମିନତୀଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିବା ସହିତ ଭାଇ ରଣଜିତ୍‌ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ କୁଣ୍ଢେଇଗୋଳା ପୋଲିସ କେସ୍‌ ନଂ ୩୯୬/୨୨ରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ଦେବଗଡ଼ ଏସ୍‌ଡିପିଓ ଅନିଲ କୁମାର ବେଉରିଆ,କୁଣ୍ଢେଇଗୋଳା ଥାନାଧିକାରୀ ସନ୍ତୋଷ କୁମାର ସେଠୀ ଓ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ପୋଲିସ ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ନିମନ୍ତେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇ ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri