ସ୍ତ୍ରୀଙ୍କୁ ହତ୍ୟା କରି ନିଜ ହାତ, ଗୋଡ଼ ହାଣିଦେଲେ ସ୍ବାମୀ

ଦିଗପହଣ୍ଡି,୯ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ ହିରଣ୍ୟ ସେଠୀ ସ୍ତ୍ରୀ ଝୁନୁଙ୍କୁ କାତିରେ ହାଣି ହତ୍ୟା କରିବା ପରେ ନିଜ ହାତ ଓ ଗୋଡ଼କୁ ହାଣି ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତ ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବୁଧବାର ମୃତ ଝୁନୁଙ୍କ ଭାଇ ରାଜେନ୍ଦ୍ର ସେଠୀଙ୍କ ଏତଲାକ୍ରମେ ଦିଗପହଣ୍ଡି ପୋଲିସ ନଂ. ୬୧/୨୨ରେ ମାମଲା ରୁଜୁ କରିଛି।

ପ୍ରକାଶ ଯେ. ହିରଣ୍ୟ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁର ନାରାୟଣ ସେଠୀଙ୍କ ଝିଅ ଝୁନୁଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ଅଧିକ ଯୌତୁକ ପାଇଁ ଝୁନୁଙ୍କୁ ସବୁବେଳେ ମାରପିଟ କରୁଥିଲେ। ତେଣୁ ଝୁନୁ ତାଙ୍କ ବାପଘରେ ରହୁଥିଲେ। ଏନେଇ ଗାଁର ଏକ ସଭାରେ ସମାଧାନ ହେବାରୁ ଝୁନୁ ସ୍ବାମୀଙ୍କ ସହ ରହୁଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ହେଲେ ମଙ୍ଗଳବାର ସନ୍ଧ୍ୟାରେ ପୁଣି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ହିରଣ୍ୟ ରାଗିଯାଇ ଶୋଇଥିବା ଅବସ୍ଥାରେ ଝୁନୁଙ୍କ ଶରୀରର ବିଭିନ୍ନ ଅଂଶକୁ କାତିରେ ହାଣିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ହିରଣ୍ୟ ନିଜେ ଗୋଡ଼, ହାତକୁ ହାଣି ଦେଇଥିଲେ। ଖବର ପାଇ ଚିକିଟି ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତ୍ରା, ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ସବିଶେଷ ତଦନ୍ତ କରିଥିଲେ। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ କାତି ଜବତ କରିଛି। ବ୍ରହ୍ମପୁର ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଚିକିତ୍ସା ପରେ ହିରଣ୍ୟଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ବଳଭଦ୍ର ଗଣ୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri