ସ୍ତ୍ରୀଙ୍କୁ ମାରି ପୋତି ଦେଇଥିଲେ ସ୍ବାମୀ

ବଣାଇଁ,୩୦ା୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ବାବୁ ନୂଆଗଁା ଗ୍ରାମରେ ରବିବାର ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ମାରିଦେବା ପରେ ଘର ପଛପଟେ ମୃତଦେହକୁ ସ୍ବାମୀ ପୋତିଦେଇଥିବା ନେଇ ଅଭିଯୋଗ ହୋଇଛି। ହତ୍ୟାର ଶିକାର ମହିଳା ହେଲେ ସରସ୍ବତୀ କିସାନ(୩୦)। ବଣାଇ ପୋଲିସ ପୋତା ଯାଇଥିବା ମୃତଦେହ ଜବତ କରି ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନାରେ ଏକ ମାମଲା (୧୦୦/୨୩) ରୁଜୁ ହୋଇଛି। ଅଭିଯୁକ୍ତ ସ୍ବାମୀ ତ୍ରିଲୋଚନ କିସାନ (୩୩)ଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି ପୋଲିସ। ହତ୍ୟାରେ ବ୍ୟବହୃତ କୋଦାଳ ବେଣ୍ଟ ଓ ମୃତାଙ୍କ ଲୁଗା ଜବତ ହୋଇଛି।
ପୋଲିସ ସୂଚନା ଅନୁସାରେ ଆଠବର୍ଷ ତଳେ ତ୍ରିଲୋଚନଙ୍କ ସହ ସରସ୍ବତୀଙ୍କ ବିବାହ ହୋଇଥିଲା। ଏହି ଦମ୍ପତିି ଦିନ ମଜୁରିଆଭାବେ କାମ କରୁଥିଲେ। ଘରେ ଦେଶୀ ମଦ ରଖି ବିକ୍ରି କରୁଥିଲେ। ଏଥିପାଇଁ ତାଙ୍କ ଘରେ ନିଶା ସେବନକାରୀଙ୍କ ଆତଯାତ ଥିଲା। ତାଙ୍କର ୩ଟି ପୁଅ ଅଛନ୍ତି। ହେଲେ ଗତ କିଛି ଦିନ ହେଲା ଉଭୟଙ୍କ ମଧ୍ୟରେ ସମ୍ପର୍କ ଭଲ ରହୁ ନ ଥିଲା। ତ୍ରିଲୋଚନ ସ୍ତ୍ରୀଙ୍କ ଚରିତ୍ରକୁ ଆକ୍ଷେପ କରି ଗାଳିଗୁଲଜ କରୁଥିଲେ। ରବିବାର ରାତିରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପୁଣି ବଚସା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ତ୍ରିଲୋଚନ ଏକ କୋଦାଳ ବେଣ୍ଟରେ ସରସ୍ବତୀଙ୍କୁ ନିସ୍ତକୁ ପିଟି ଥିଲେ। ମରି ଯାଇଥିବା ଜାଣିବା ପରେ ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ମୃତଦେହକୁ ଘର ପଛପଟ ବାଡ଼ିରେ ଥିବା ଏକ କଦଳୀ ଗଛ ମୂଳରେ ପୋତି ଦେଇଥିଲେ। ଏନେଇ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପରେ ସେ ସବୁ ସତ କଥା ମାନି ଯାଇଥିଲେ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ, ସାଇଣ୍ଟିଫିକ୍‌ ଦଳ ମୃତଦେହକୁ ମାଟି ତଳୁ ବାହାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri