ସ୍ତ୍ରୀଙ୍କୁ ମାରି ପୋତି ଦେଇଥିଲେ ସ୍ବାମୀ

ବଣାଇଁ,୩୦ା୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ବାବୁ ନୂଆଗଁା ଗ୍ରାମରେ ରବିବାର ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ମାରିଦେବା ପରେ ଘର ପଛପଟେ ମୃତଦେହକୁ ସ୍ବାମୀ ପୋତିଦେଇଥିବା ନେଇ ଅଭିଯୋଗ ହୋଇଛି। ହତ୍ୟାର ଶିକାର ମହିଳା ହେଲେ ସରସ୍ବତୀ କିସାନ(୩୦)। ବଣାଇ ପୋଲିସ ପୋତା ଯାଇଥିବା ମୃତଦେହ ଜବତ କରି ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନାରେ ଏକ ମାମଲା (୧୦୦/୨୩) ରୁଜୁ ହୋଇଛି। ଅଭିଯୁକ୍ତ ସ୍ବାମୀ ତ୍ରିଲୋଚନ କିସାନ (୩୩)ଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି ପୋଲିସ। ହତ୍ୟାରେ ବ୍ୟବହୃତ କୋଦାଳ ବେଣ୍ଟ ଓ ମୃତାଙ୍କ ଲୁଗା ଜବତ ହୋଇଛି।
ପୋଲିସ ସୂଚନା ଅନୁସାରେ ଆଠବର୍ଷ ତଳେ ତ୍ରିଲୋଚନଙ୍କ ସହ ସରସ୍ବତୀଙ୍କ ବିବାହ ହୋଇଥିଲା। ଏହି ଦମ୍ପତିି ଦିନ ମଜୁରିଆଭାବେ କାମ କରୁଥିଲେ। ଘରେ ଦେଶୀ ମଦ ରଖି ବିକ୍ରି କରୁଥିଲେ। ଏଥିପାଇଁ ତାଙ୍କ ଘରେ ନିଶା ସେବନକାରୀଙ୍କ ଆତଯାତ ଥିଲା। ତାଙ୍କର ୩ଟି ପୁଅ ଅଛନ୍ତି। ହେଲେ ଗତ କିଛି ଦିନ ହେଲା ଉଭୟଙ୍କ ମଧ୍ୟରେ ସମ୍ପର୍କ ଭଲ ରହୁ ନ ଥିଲା। ତ୍ରିଲୋଚନ ସ୍ତ୍ରୀଙ୍କ ଚରିତ୍ରକୁ ଆକ୍ଷେପ କରି ଗାଳିଗୁଲଜ କରୁଥିଲେ। ରବିବାର ରାତିରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପୁଣି ବଚସା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ତ୍ରିଲୋଚନ ଏକ କୋଦାଳ ବେଣ୍ଟରେ ସରସ୍ବତୀଙ୍କୁ ନିସ୍ତକୁ ପିଟି ଥିଲେ। ମରି ଯାଇଥିବା ଜାଣିବା ପରେ ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ମୃତଦେହକୁ ଘର ପଛପଟ ବାଡ଼ିରେ ଥିବା ଏକ କଦଳୀ ଗଛ ମୂଳରେ ପୋତି ଦେଇଥିଲେ। ଏନେଇ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପରେ ସେ ସବୁ ସତ କଥା ମାନି ଯାଇଥିଲେ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ, ସାଇଣ୍ଟିଫିକ୍‌ ଦଳ ମୃତଦେହକୁ ମାଟି ତଳୁ ବାହାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri