Posted inଜାତୀୟ

ସ୍ତ୍ରୀକୁ ମାରିଦେଇ ମୃତଦେହ ପାଖରେ ଗେମ୍‌ ଖେଳୁଥିଲେ ସ୍ବାମୀ

ଯୋଧପୁର,୭।୧୨: ରାଜସ୍ଥାନର ଯୋଧପୁରର ମହାମନ୍ଦିର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ମୃତଦେହ ପାଖରେ ମୋବାଇଲ୍‌ରେ ଗେମ୍‌ କରୁଥିଲେ। ହତ୍ୟା କରିବା ପରେ ଅଭିଯୁକ୍ତ ସ୍ବାମୀ ନିଜେ ପୋଲିସ ଏବଂ ଶ୍ୱଶୁରଙ୍କୁ ଫୋନ କରିଥିଲେ। ଶ୍ୱଶୁରଙ୍କ ଫେଶନ କରି କହିଥିଲେ, ଆପଣଙ୍କ ଝିଅଙ୍କୁ ମୁଁ ହତ୍ୟା କରିଦେଇଛି। ପୋଲିସ ଆସିବାବେଳକୁ ସ୍ତ୍ରୀଙ୍କ ମୃତଦେହ ନିକଟରେ ବସି ଗେମ୍‌ ଖେଳୁଥିଲେ ସ୍ବାମୀ। ଘଟଣାସ୍ଥଳରୁ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ମାନସିକ ରୋଗ ଯୋଗୁ ସ୍ତ୍ରୀଙ୍କ ହତ୍ୟା କରିଥିବା ପୋଲିସକୁ କହିଥିଲେ। କିନ୍ତୁ କିଛି ସମୟ ପରେ ସେ ପଶ୍ଚାତାପ କରିଥିଲେ ଯେ ସେ ନିଜ ପିଲାମାନଙ୍କଠାରୁ ତାଙ୍କ ମା’ ଛଡାଇ ନେଇଛି। ପୋଲିସ କହିଛି ଯେ, ଅନେକ ଦିନ ହେବ ଅଭିଯୁକ୍ତ ବିକ୍ରମ ବେରୋଜଗାର ଥିଲେ। ତାଙ୍କ ସ୍ତ୍ରୀ ଏକ ସହକାରୀ ଷ୍ଟୋରରେ କାମ କରି ଘର ଚଳାଉଥିଲେ। ଏଥିରେ ବିକ୍ରମ ରାଗିଯାଇଥିଲେ। ସେ ଚାହୁଁ ନ ଥିଲେ ସ୍ତ୍ରୀ ସମ୍ପୃକ୍ତ ସହକାରୀ ଷ୍ଟୋରରେ କାମ କରୁ। ଏହି କାରଣରୁ ସେ ଉତ୍‌କ୍ଷିପ୍ତ ହୋଇ ଏଭଳି କାଣ୍ଡ କରିଥବବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri