ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ନିଶାସକ୍ତ ସ୍ୱାମୀ । ମୃତା ମହିଳା ଜଣକ ହେଲେ ତପ ମଲ୍ଲିକ ।
ଅଭିଯୁକ୍ତ ସ୍ୱାମୀ ମାଧବ ମଲ୍ଲିକକୁ ପୋଲିସ ଥାନାରେ ଅଟକ ରଖିଛି । କେଉଁ କାରଣରୁ ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହା ପାରିବାରିକ କଳହର କୁପରିଣତି ବୋଲି କୁହାଯାଉଛି । ଦେଓଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଏହି ହତ୍ୟାକାଣ୍ଡ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।


