Posted inଜାତୀୟ

ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା ପରେ ଖଣ୍ଡ ଖଣ୍ଡ କରି ନଦୀରେ ଫିଙ୍ଗିଲେ ସ୍ବାମୀ

ହାଇଦ୍ରାବାଦ,୨୪ା୮: ପୁଣି ଏକ ବର୍ବର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଜଣେ ୨୭ ବର୍ଷୀୟ ଟ୍ୟାକ୍ସି ଡ୍ରାଇଭର ତାଙ୍କ ୨୧ ବର୍ଷୀୟା ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ସ୍ବାତୀ ଓରଫ ଜ୍ୟୋତିଙ୍କ ଶରୀରର କେତେ ଖଣ୍ଡ ହାଇଦ୍ରାବାଦ ମେଟ୍ରୋପଲିଟାନ ଅଞ୍ଚଳ ଅନ୍ତର୍ଗତ ମେଡିପାଲ୍ଲିସ୍ଥିତ ଡ୍ରାଇଭରଙ୍କ ଘରୁ ମିଳିଥିବାବେଳେ ଅନ୍ୟ ଖଣ୍ଡଗୁଡ଼ିକ ନଦୀରେ ଫିଙ୍ଗାଯାଇଥିବା ସ୍ଥାନୀୟ ପୋଲିସ କହିଛି। ହତ୍ୟାକାଣ୍ଡ ପଛର କାରଣ ଜଣାପଡ଼ି ନ ଥିବାବେଳେ ତଦନ୍ତ ଜାରି ରହିଛି।

ମେଡିପାଲ୍ଲୀର ବୋଡୁପାଲ ଅଞ୍ଚଳରେ ଜ୍ୟୋତି ସ୍ବାମୀ ମହେନ୍ଦର ରେଡ୍ଡୀଙ୍କ ସହ ରହୁଥିଲେ। ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ ସମୟରେ ଏହି ହତ୍ୟାକାଣ୍ଡ ଘଟିଛି। ପାରିବାରିକ ବିବାଦକୁ ନେଇ ଝଗଡ଼ା ପରେ ମହେନ୍ଦର ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରମାଣ ଲୁଚାଇବାକୁ ସେ ମୃତଦେହକୁ ଆରିରେ ଖଣ୍ଡଖଣ୍ଡ କରି ହାତ, ଗୋଡ଼ ଓ ମୁଣ୍ଡକୁ ମୁସି ନଦୀରେ ଫିଙ୍ଗିଦେଇଥିଲେ। ଅବଶିଷ୍ଟ ଅଙ୍ଗକୁ ମହେନ୍ଦର ନିଜ କୋଠରୀ ଭିତରେ ଏକ ଟ୍ରଙ୍କ୍‌ରେ ରଖିଥିଲେ ବୋଲି ପୋଲିସ କହିଛି।

ସ୍ତ୍ରୀ ନିଖୋଜ ଥିବାନେଇ ମହେନ୍ଦର ତାଙ୍କ ଭଉଣୀଙ୍କୁ କହିଥିଲେ। ଭଉଣୀ ସନ୍ଦେହ କରି ଜଣେ ସମ୍ପର୍କୀୟଙ୍କୁ ଜଣାଇବା ପରେ ଉଭୟ ଥାନାକୁ ଯାଇଥିଲେ। ବିକାରାବାଦ ଜିଲାର ମହେନ୍ଦର ଓ ଜ୍ୟୋତି ୨୦୨୪ ଜାନୁଆରୀରେ ବିବାହ କରିଥିଲେ। ଏହା ପୂର୍ବରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ବିବାହ ପରେ ସେମାନେ ହାଇଦ୍ରାବାଦ ଆସି ଏକ ଭଡ଼ାଘରେ ରହୁଥିଲା ବେଳେ ସେମାନଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗୁଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri