Posted inଜାତୀୟ

ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା ପରେ ଖଣ୍ଡ ଖଣ୍ଡ କରି ନଦୀରେ ଫିଙ୍ଗିଲେ ସ୍ବାମୀ

ହାଇଦ୍ରାବାଦ,୨୪ା୮: ପୁଣି ଏକ ବର୍ବର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଜଣେ ୨୭ ବର୍ଷୀୟ ଟ୍ୟାକ୍ସି ଡ୍ରାଇଭର ତାଙ୍କ ୨୧ ବର୍ଷୀୟା ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ସ୍ବାତୀ ଓରଫ ଜ୍ୟୋତିଙ୍କ ଶରୀରର କେତେ ଖଣ୍ଡ ହାଇଦ୍ରାବାଦ ମେଟ୍ରୋପଲିଟାନ ଅଞ୍ଚଳ ଅନ୍ତର୍ଗତ ମେଡିପାଲ୍ଲିସ୍ଥିତ ଡ୍ରାଇଭରଙ୍କ ଘରୁ ମିଳିଥିବାବେଳେ ଅନ୍ୟ ଖଣ୍ଡଗୁଡ଼ିକ ନଦୀରେ ଫିଙ୍ଗାଯାଇଥିବା ସ୍ଥାନୀୟ ପୋଲିସ କହିଛି। ହତ୍ୟାକାଣ୍ଡ ପଛର କାରଣ ଜଣାପଡ଼ି ନ ଥିବାବେଳେ ତଦନ୍ତ ଜାରି ରହିଛି।

ମେଡିପାଲ୍ଲୀର ବୋଡୁପାଲ ଅଞ୍ଚଳରେ ଜ୍ୟୋତି ସ୍ବାମୀ ମହେନ୍ଦର ରେଡ୍ଡୀଙ୍କ ସହ ରହୁଥିଲେ। ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ ସମୟରେ ଏହି ହତ୍ୟାକାଣ୍ଡ ଘଟିଛି। ପାରିବାରିକ ବିବାଦକୁ ନେଇ ଝଗଡ଼ା ପରେ ମହେନ୍ଦର ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରମାଣ ଲୁଚାଇବାକୁ ସେ ମୃତଦେହକୁ ଆରିରେ ଖଣ୍ଡଖଣ୍ଡ କରି ହାତ, ଗୋଡ଼ ଓ ମୁଣ୍ଡକୁ ମୁସି ନଦୀରେ ଫିଙ୍ଗିଦେଇଥିଲେ। ଅବଶିଷ୍ଟ ଅଙ୍ଗକୁ ମହେନ୍ଦର ନିଜ କୋଠରୀ ଭିତରେ ଏକ ଟ୍ରଙ୍କ୍‌ରେ ରଖିଥିଲେ ବୋଲି ପୋଲିସ କହିଛି।

ସ୍ତ୍ରୀ ନିଖୋଜ ଥିବାନେଇ ମହେନ୍ଦର ତାଙ୍କ ଭଉଣୀଙ୍କୁ କହିଥିଲେ। ଭଉଣୀ ସନ୍ଦେହ କରି ଜଣେ ସମ୍ପର୍କୀୟଙ୍କୁ ଜଣାଇବା ପରେ ଉଭୟ ଥାନାକୁ ଯାଇଥିଲେ। ବିକାରାବାଦ ଜିଲାର ମହେନ୍ଦର ଓ ଜ୍ୟୋତି ୨୦୨୪ ଜାନୁଆରୀରେ ବିବାହ କରିଥିଲେ। ଏହା ପୂର୍ବରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ବିବାହ ପରେ ସେମାନେ ହାଇଦ୍ରାବାଦ ଆସି ଏକ ଭଡ଼ାଘରେ ରହୁଥିଲା ବେଳେ ସେମାନଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗୁଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri