କେନ୍ଦୁଝର ଚାଞ୍ଚଲ୍ୟ: ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୪।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): ବଡବିଲ ଥାନା ରୁଙ୍ଗଟା ଖଣି କଲୋନୀରେ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ। ସୋମବାର ଜଣେ ବ୍ୟକ୍ତି ପାରିବାରିକ ବିବାଦକୁ ନେଇ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାାମୀକୁ ଅଟକ ରଖି ପଚରାଉଚରା କରୁଛି।

ସୂଚନାନୁଯାୟୀ, ରୁଙ୍ଗଟା କମ୍ପାନୀର ଜଣେ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କ ପତ୍ନୀ ନିର୍ମଳା ଶର୍ମାଙ୍କ ମଧ୍ୟରେ କଳହ ଲାଗିଥିଲା। ଉତ୍ତ୍ୟକ୍ତ ହୋଇ ତାଙ୍କୁ ତାଙ୍କ ସ୍ବାମୀ ମାରିଥିଲେ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ନିର୍ମଳାଙ୍କୁ ଆମ୍ବୁଲାନ୍ସରେ ନେଇ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବଡ଼ବିଲ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ସ୍ବାମୀ ନୀଲ ପ୍ରସାଦ ଶର୍ମାଙ୍କୁ ଅଟକ ରଖି ପଚରଉଚରା ଜାରି ରଖିଛି। ନିର୍ମଳାଙ୍କ ଶରୀରରେ ମାଡ ଚିହ୍ନ ରହିଛି। ତେବେ ମାରପିଟର ପ୍ରକୃତ କାରଣ ଜଣାପଡ଼ିନାହିଁ। ଏସଡିପିଓ, ବଡ଼ବିଲ ଦେବେନ୍ଦ୍ର ପିଙ୍ଗୁଆ କହିଛନ୍ତି , ଅଦ୍ୟାବଧି କୌଣସି ରିପୋର୍ଟ ହୋଇନାହିଁ। ଅଭିଯୁକ୍ତ ସ୍ବାମୀ ଅଟକ ରଖି ତଦନ୍ତ ଚାଲିଛି। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ। ତାଙ୍କର ଝିଅ ଭୁବନେଶ୍ୱରରେ ଓୟୁଏଟିରେ ପଢୁଥିବାବେଳେ ପୁଅ ବଡ଼ବିଲରେ ୧୦ମ ଶ୍ରେଣୀରେ ପଡ଼ୁଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri