ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଖବର ପାଇ ବୁଗୁଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।

Share