୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…

ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର ପରି ମୁଣ୍ଡା। ପରି ଆଜକୁ ୩ ବର୍ଷ ତଳେ ଠାକୁରମୁଣ୍ଡା ସାହିର ସରମା ଗଇଙ୍କୁ ପ୍ରେମ ବିବାହ କରିଥିଲେ। ପରିଙ୍କ ଘର ପାଲଲହଡା ଅଞ୍ଚଳରେ ହୋଇଥିବା ସୂଚନା। ସେ କଟକରେ ଶ୍ରମିକ କାମ କରୁଥିବା ବେଳେ ସରମାଙ୍କ ସଂସ୍ପର୍ଶରେ ଆସିବା ସହିତ ପ୍ରେମ ବିବାହ କରିଥିଲେ। ପୂର୍ବରୁ ସରମାଙ୍କର ସ୍ତ୍ରୀ ଓ ପିଲା ଛୁଆ ମଧ୍ୟ ରହିଛନ୍ତି। ବିବାହ ପରଠାରୁ ପାରିବାରିକ ଜୀବନରେ କଳହ ହୋଇ ଆସୁଥିଲା। ଏପରିକି ପରିଙ୍କ ୩ ମାସର ଗର୍ଭକୁ ସରମା ନଷ୍ଟ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗତ ୨୭ ତାରିଖ ବିଳମ୍ବିତ ରାତିରେ ପରିଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ବାମୀ ବାପ ଘରକୁ ଖବର ଦେଇଥିଲେ। ଯାହାକୁ ନେଇ ପରଜଙ୍ଗ ଥାନାରେ ବାପଘର ଲୋକ କାଲି ରାତିରେ ଥାନାରେ ହତ୍ୟା ଅଭିଯୋଗ ପରେ ଆଜି ଜିଲା ଫରେନସିକ୍‌ ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସ ତନାଘନା ଆରମ୍ଭ କରି ଦେଇଛି। ମୃତଦେହ ଜବତ ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟା ସତ୍ୟ ସାମ୍ନାକୁ ଆସିବ ବୋଲି ଜଣାପଡ଼ିଛି। ତେବେ ପୋଲିସ ସ୍ବାମୀ ସରମା ଗଇଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri