ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି ଯାଇ ସ୍ବାମୀ ଚୁଲିଫୁଙ୍କା ନଳରେ ପିଟିବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ପାଲୋଖମନ ଗାଁରେ। ମୃତା ମହିଳା ହେଲେ ମମତା ମାଝୀ(୫୦)। ବୁଧବାର ସକାଳେ ଏହି ଘଟଣା ଜଣାପଡିବା ପରେ ପୋଲିସ ଅଭିଯୁକ୍ତ ସ୍ବାମୀ ଶ୍ରୀକର ମାଝୀ(୫୭)ଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାନଳକୁ ପୋଲିସ ଜବତ କରିଛି। ଏ ନେଇ ଜମନକିରା ଥାନାରେ ଏକ ହତ୍ୟା ମାମଲା(ନଂ.୨୧୮/୨୦୨୫)ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ସୂଚନା ଅନୁସାରେ ମଙ୍ଗଳବାର ରାତିରେ ମମତା ଘରେ ମୋବାଇଲ ଫୋନ୍‌ରେ କାହା ସହ କଥା ହେଉଥିଲେ। ପାଖରେ ଥିବା ଶ୍ରୀକର ମମତାଙ୍କୁ ଫୋନ୍‌ ଛାଡ଼ି ତୁରନ୍ତ ରନ୍ଧାବଢ଼ା କରିବାକୁ କହିଥିଲେ। ହେଲେ ସେ ଏଥିପ୍ରତି କର୍ଣ୍ଣପାତ କରି ନ ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶ୍ରୀକର ଚୁଲିମୁଣ୍ଡରେ ଥିବା ଫୁଙ୍କାନଳରେ ମମତାଙ୍କ ମୁଣ୍ଡକୁ ପିଟିଦେଇଥିଲେ। ଘଟଣାସ୍ଥଳରେ ମମତା ଟଳି ପଡ଼ିଥିଲେ।
ରାତିରେ ଏହି ଘଟଣା ଘଟିଥିଲେ ହେଁ ସାହିପଡ଼ିଶା ଲୋକେ କେହି ଜାଣିପାରି ନ ଥିଲେ। ବୁଧବାର ସକାଳେ ସାହିପଡ଼ିଶା ମମତାଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ଦେଖି ଶ୍ରୀକରଙ୍କୁ ପଚରାଉଚରା କରିଥିଲେ। ରାତିରେ ତାଙ୍କୁ ପିଟି ମାରିଦେଇଥିବା ସେ କହିବା ପରେ ଘଟଣା ବିଷୟରେ ଜଣାପଡ଼ିଥିଲା। ଲୋକଙ୍କଠାରୁ ଖବର ପାଇ ଆଇଆଇସି ପଦ୍ମାଳୟା ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀ ଶ୍ରୀକରଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତ ଘଟଣା ସମ୍ପର୍କରେ ସ୍ବୀକାର କରିଥିବା ପୋଲିସ କହିଛି। ସୂଚନାଯୋଗ୍ୟ, ମମତାଙ୍କ ୨ପୁଅ ଅଛନ୍ତି। ଉଭୟେ କାମ କରିବା ପାଇଁ ଅନ୍ୟତ୍ର ରହୁଥିବାବେଳେ ମମତା ଓ ଶ୍ରୀକର ଘରେ ରହୁଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri