ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି ଯାଇ ସ୍ବାମୀ ଚୁଲିଫୁଙ୍କା ନଳରେ ପିଟିବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ପାଲୋଖମନ ଗାଁରେ। ମୃତା ମହିଳା ହେଲେ ମମତା ମାଝୀ(୫୦)। ବୁଧବାର ସକାଳେ ଏହି ଘଟଣା ଜଣାପଡିବା ପରେ ପୋଲିସ ଅଭିଯୁକ୍ତ ସ୍ବାମୀ ଶ୍ରୀକର ମାଝୀ(୫୭)ଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାନଳକୁ ପୋଲିସ ଜବତ କରିଛି। ଏ ନେଇ ଜମନକିରା ଥାନାରେ ଏକ ହତ୍ୟା ମାମଲା(ନଂ.୨୧୮/୨୦୨୫)ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ସୂଚନା ଅନୁସାରେ ମଙ୍ଗଳବାର ରାତିରେ ମମତା ଘରେ ମୋବାଇଲ ଫୋନ୍‌ରେ କାହା ସହ କଥା ହେଉଥିଲେ। ପାଖରେ ଥିବା ଶ୍ରୀକର ମମତାଙ୍କୁ ଫୋନ୍‌ ଛାଡ଼ି ତୁରନ୍ତ ରନ୍ଧାବଢ଼ା କରିବାକୁ କହିଥିଲେ। ହେଲେ ସେ ଏଥିପ୍ରତି କର୍ଣ୍ଣପାତ କରି ନ ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶ୍ରୀକର ଚୁଲିମୁଣ୍ଡରେ ଥିବା ଫୁଙ୍କାନଳରେ ମମତାଙ୍କ ମୁଣ୍ଡକୁ ପିଟିଦେଇଥିଲେ। ଘଟଣାସ୍ଥଳରେ ମମତା ଟଳି ପଡ଼ିଥିଲେ।
ରାତିରେ ଏହି ଘଟଣା ଘଟିଥିଲେ ହେଁ ସାହିପଡ଼ିଶା ଲୋକେ କେହି ଜାଣିପାରି ନ ଥିଲେ। ବୁଧବାର ସକାଳେ ସାହିପଡ଼ିଶା ମମତାଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ଦେଖି ଶ୍ରୀକରଙ୍କୁ ପଚରାଉଚରା କରିଥିଲେ। ରାତିରେ ତାଙ୍କୁ ପିଟି ମାରିଦେଇଥିବା ସେ କହିବା ପରେ ଘଟଣା ବିଷୟରେ ଜଣାପଡ଼ିଥିଲା। ଲୋକଙ୍କଠାରୁ ଖବର ପାଇ ଆଇଆଇସି ପଦ୍ମାଳୟା ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀ ଶ୍ରୀକରଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତ ଘଟଣା ସମ୍ପର୍କରେ ସ୍ବୀକାର କରିଥିବା ପୋଲିସ କହିଛି। ସୂଚନାଯୋଗ୍ୟ, ମମତାଙ୍କ ୨ପୁଅ ଅଛନ୍ତି। ଉଭୟେ କାମ କରିବା ପାଇଁ ଅନ୍ୟତ୍ର ରହୁଥିବାବେଳେ ମମତା ଓ ଶ୍ରୀକର ଘରେ ରହୁଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?